ଦୁଇ ସରକାରୀ ବାବୁଙ୍କ ଘରେ ଭିଜିଲାନ୍ସ ରେଡ
ଆଜି ରାଜ୍ୟର ଦୁଇ ସରକାରୀ ବାବୁଙ୍କ ଘରେ ଭିଜିଲାନ୍ସ ରେଡ କରିଛି । ଭବାନୀପାଟଣା କେବିକେ MI ସର୍କଲ ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ କନ୍ଦର୍ପ ପ୍ରଧାନ ଓ କେନ୍ଦୁଝରରେ ଖଣି ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ଉମେଶ ଚନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ରେଡ ହୋଇଛି ।

ଭବାନୀପାଟଣା/କେନ୍ଦୁଝର: ଆଜି ରାଜ୍ୟର ଦୁଇ ସରକାରୀ ବାବୁଙ୍କ ଘରେ ଭିଜିଲାନ୍ସ ରେଡ କରିଛି । ଭବାନୀପାଟଣା କେବିକେ MI ସର୍କଲ ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ କନ୍ଦର୍ପ ପ୍ରଧାନ ଓ କେନ୍ଦୁଝରରେ ଖଣି ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ଉମେଶ ଚନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ରେଡ ହୋଇଛି । ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଦୁଇ ଦୁଇ ସରକାରୀ ବାବୁଙ୍କ ଘରେ ଭିଜିଲାନ୍ସ ରେଡ କରିଛି ।
ଭିଜିଲାନ୍ସ ଜାଲରେ ଭବାନୀପାଟଣାର କନ୍ଦର୍ପ ପ୍ରଧାନ
ଭିଜିଲାନ୍ସ ଜାଲରେ ଭବାନୀପାଟଣା କେବିକେ MI ସର୍କଲ ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ କନ୍ଦର୍ପ ପ୍ରଧାନ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୮ ସ୍ଥାନରେ ଛାନଭିନ ଚାଲିଛି । ଏଥିରେ ୪ ଜଣିଆ ଡ଼ିଏସପିଙ୍କ ନେତୃତ୍ୱରେ ୯ ଜଣ ଇନ୍ସପେକ୍ଟର ଓ ଅନ୍ୟ କର୍ମଚାରୀ ଏହି ଭିଜିଲାନ୍ସ ଚଢ଼ାଉରେ ସାମିଲ ହୋଇଛନ୍ତି ।ଭୁବନେଶ୍ୱର, ଅନୁଗୁଳ ଆଦି ବିଭିନ୍ନ ସ୍ଥାନରେ ତାଙ୍କର ଅମାପ ସମ୍ପତ୍ତି ଥିବା ଜଣାପଡିଛି ।
ଭୁବନେଶ୍ବରର ୩ଟି, ଅନୁଗୁଳର ୨ଟି, ଭବାନୀପାଟଣାର ଅଫିସ ଚାମ୍ବର ଓ ସରକାରୀ କ୍ବାର୍ଟରେ ରେଡ୍ ହୋଇଥିବା ସୂଚନା ମିଳିଛି । ରସୁଲଗଡ ବୈଷ୍ଣୋ ମୋନାର୍କ ଆପାର୍ଟମେଣ୍ଟର ୩୦୧ ନମ୍ବର ଫ୍ଲାଟ୍, ଖାରବେଳନଗର ବୈଷ୍ଣୋ ରେଗେନ୍ସିରେ ଥିବା ପ୍ରଥମ ମହଲା ଘର, ସହିଦନଗର ଇମ୍ପେରିଆ ଆପାର୍ଟମେଣ୍ଟରେ ଥିବା ପ୍ରଥମ ମହଲାରେ ଚାଲିଛି ଭିଜିଲାନ୍ସ ରେଡ କରିଛି । ସେହିପରି ଅନୁଗୁଳ ତୁରଙ୍ଗ ମୌଜାରେ ଥିବା ଦୁଇ ମହଲା କୋଠା, ଗୋଟିଏ ପ୍ଲଟ୍ ସହ ଠାକୁରମୁଣ୍ଡାର ପୈତୃକ ଘରେ ଚାଲିଛି ଭିଜିଲାନ୍ସ ରେଡ ।
ଉମେଶ ଚନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ରେଡ
ଭିଜିଲାନ୍ସ ଜାଲରେ ଖଣି ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ଉମେଶ ଚନ୍ଦ୍ର ଜେନା। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଉମେଶ ଚନ୍ଦ୍ରଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଉଛି। କେନ୍ଦୁଝର ସ୍ଥିତ ବାସଭବନ, ଘସିପୁରା ଅଞ୍ଚଳରେ ଥିବା ଶ୍ବଶୁର ଘର ସମେତ ଏକକାଳୀନ ୯ଟି ସ୍ଥାନରେ ଭିଜିଲାନ୍ସ ସେଲ କଟକ ପକ୍ଷରୁ ଚଢ଼ାଉ ଚାଲିଥିବା ଜଣାପଡିଛି ।
ଚଢାଉ ସମୟରେ ବହୁ ମୂଲ୍ୟବାନ କାଗଜପତ୍ର ଜବତ କରିଛି ଭିଜିଲାନ୍ସ ଟିମ୍ । ଭୁବନେଶ୍ୱରର ସ୍ୱତନ୍ତ୍ର ଭିଜିଲାନ୍ସ ବିଚାରପତିଙ୍କ ଦ୍ୱାରା ଜାରି ଆଦେଶ ବଳରେ ୧୦ଜଣ ଡିଏସପି, ୭ ଇନସପେକ୍ଟର ଅନ୍ୟ କର୍ମଚାରୀଙ୍କ ନେତୃତ୍ୱରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଏକକାଳୀନ ଚଢାଉ କରାଯାଇଛି । ପୂର୍ବରୁ ଶ୍ରୀ ଜେନା କେନ୍ଦୁଝର ଯୋଡା ଖଣି ମଣ୍ଡଳରେ ଖଣି ଉପ ନିର୍ଦ୍ଦେଶକ ଥିବା ସମୟରେ ତାଙ୍କ ବିରୋଧରେ ବହୁବାର ଦୁର୍ନିତି ଅଭିଯୋଗ ହୋଇଥିଲା ।
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications