ତାତିରୁ ସାମାନ୍ୟ ଆଶ୍ୱସ୍ତି, କାଳବୈଶାଖୀ ବର୍ଷାରେ ଭିଜିଲା ଓଡ଼ିଶା

ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ହଠାତ୍ ଅପରାହ୍ନରେ ବର୍ଷାରେ ଭିଜିଲା ଓଡ଼ିଶାର କିଛି ଜିଲ୍ଲା। ଯାହାଫଳରେ ଅସହ୍ୟ ଖରା ଓ ତାତିରୁ ମିଳିଛି ସାମୟୀକ ଆଶ୍ୱସ୍ତି। ଆଜି ଅପରାହ୍ନରେ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସହ ବର୍ଷା ହେଉଛି। ନୟାଗଡ଼, ପୁରୀ ଓ ଗଞ୍ଜାମ ଜିଲ୍ଲା ସମେତ ରାଜଧାନୀ ଭୁବନେଶ୍ୱରରେ କାଳବୈଶାଖୀ ଜନିତ ବର୍ଷା ହେଉଛି।

weather

ନୟାଗଡ଼ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ପବନ ସାଙ୍ଗକୁ କୁଆପଥର ମାଡ଼ ସହ ବର୍ଷା ହୋଇଛି। ସେହପରି ଗଞ୍ଜାମ ଜିଲ୍ଲାର କିଛି ଅଞ୍ଚଳ ଓ ପୁରୀ ଜିଲ୍ଲାରେ ବୈଶାଖୀ ଜନିତ ବର୍ଷା ହୋଇଛି। ଆଜି ପରି ଆସନ୍ତାକାଲି ଅର୍ଥାତ ମଙ୍ଗଳବାର ମଧ୍ୟ କିଛି ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ବୁଲେଟିନ୍‌ ଅନୁସାରେ ମଙ୍ଗଳବାର ସକାଳ ସାଢ଼େ ୮ଟାରୁ ବୁଧବାର ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ,ବାଲେଶ୍ୱର, କେନ୍ଦୁଝର, କନ୍ଧମାଳ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ପବନ ବୋହିବା ସହିତ ଘଡଘଡ଼ି ଓ ବଜ୍ରପାତ ସହ କେତେକ ସ୍ଥାନରେ କୁଆପଥର ମାଡ଼ ହେବାର ସମ୍ଭାବନା ରହିଛି। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାଛଡ଼ା ଢେଙ୍କାନାଳ, ଅନୁଗୋଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା,ଯାଜପୁର ଓ ଭଦ୍ରକ ଜିଲ୍ଲାରେ କେତେକ ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+