ଦଶମ ପ୍ରଶ୍ନପତ୍ର ଭାଇରାଲ୍ ରୋକିବାକୁ ବୋର୍ଡର ପଦକ୍ଷେପ; ପ୍ରଶ୍ନପତ୍ରରେ ୱାଟର ମାର୍କ, ବାର୍ କୋଡ୍ ସହ ସିକ୍ୟୁରିଟି କୋଡ୍
ଦଶମ ପ୍ରଶ୍ନପତ୍ର ଭାଇରାଲ୍ ରୋକିବାକୁ ବୋର୍ଡର ପଦକ୍ଷେପ। ନମ୍ବରିଂ କରାଯିବ ଦଶମ ଶ୍ରେଣୀ ପରୀକ୍ଷା ପଶ୍ନପତ୍ର। ନମ୍ବରିଂ କରାଯିବା ସହ ପ୍ରଶ୍ନପତ୍ରରେ ଲାଗିବ ୱାଟର ମାର୍କ। ବାର୍ କୋଡ୍ ସହ ସିକ୍ୟୁରିଟି କୋଡ୍ ମଧ୍ୟ ରହିବ। ପ୍ରଶ୍ନପତ୍ର ଭାଇରାଲ୍ ହେଲେ, କେଉଁଠୁ ହୋଇଛି ଜଣାପଡ଼ିବ। ଏନେଇ ବୋର୍ଡ କାର୍ଯ୍ୟାଳୟ ପକ୍ଷରୁ ସୂଚନା ।
ସେଲ୍ଫ ଡିସପ୍ଲେ ୱାଟର ମାର୍କ ଥିବା ଏହି ପ୍ରଶ୍ନପତ୍ରର କୌଣସି ପୃଷ୍ଠାର ମୋବାଇଲ କ୍ୟାମେରା କିମ୍ବା ସ୍କାନର ଜରିଆରେ ଫଟୋ ଉଠାଇଲେ ସେହି ୱାଟର ମାର୍କ ଆସିଯିବ ।
କେଉଁ ପରୀକ୍ଷାର୍ଥୀଙ୍କର ସେହି ପ୍ରଶ୍ନପତ୍ର, କେଉଁ ସେଣ୍ଟରର ଏବଂ କେଉଁ ହଲର ତାହା ସେଥିରୁ ଜଣାପଡିଯିବ । ଦେଶରେ ପ୍ରଶ୍ନପତ୍ର ପ୍ରସ୍ତୁତ କରୁଥିବା ବିଭିନ୍ନ ଫାର୍ମ ଓ ଦେଶର ପ୍ରମୁଖ ପରୀକ୍ଷା ପରିଚାଳନା ବୋର୍ଡ ଅନୁଧ୍ୟାନ କରିବା ପରେ ଏହି ୱାଟର ମାର୍କ ବ୍ୟବସ୍ଥା କରିଛି ମାଧ୍ୟମିକ ଶିକ୍ଷା ପରିଷଦ ।

ବୋର୍ଡର ପରୀକ୍ଷା ପରିଚାଳନା କମିଟି ଏହି ୱାଟର ମାର୍କ ବ୍ୟବସ୍ଥାକୁ ଅନୁମତି ପ୍ରଦାନ କରିସାରିଛି । ପରୀକ୍ଷାମୂଳକ ଭାବେ ଆସନ୍ତା ୧୭ ରେ ହେବାକୁ ଥିବା ଓଷ୍ଟେଟ ପରୀକ୍ଷା ପ୍ରଶ୍ନପତ୍ରରେ ଏହି ୱାଟର ମାର୍କ ଲଗାଯାଇଛି । ପ୍ରତ୍ୟେକ ପ୍ରଶ୍ନପତ୍ରର ସିରିଏଲ ନମ୍ବର ଏହି ୱାଟର ମାର୍କରେ ରହିବା ନେଇ ବ୍ୟବସ୍ଥା କରାଯାଇଛି । ତେଣୁ ପ୍ରଶ୍ନପତ୍ର ଯଦି ଭାଇରାଲ ହେଲା ତେବେ ତାହା କେଉଁ ସେଣ୍ଟରରୁ ଏବଂ କେଉଁ ପରୀକ୍ଷାର୍ଥୀଙ୍କର ତାହା ଜଣାପଡିବ। ଏହି ୱାଟର ମାର୍କ ବ୍ୟବସ୍ଥା ଦ୍ୱାରା ମାଟ୍ରିକ ପ୍ରଶ୍ନପତ୍ର ଭାଇରାଲ ପ୍ରତିହତ ହୋଇ ପାରିବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦର ସଭାପତି ଶ୍ରୀକାନ୍ତ ତରାଇ କହିଛନ୍ତି ।












Click it and Unblock the Notifications