Odisha Weather: ୫ ଯାଏ କାଳବୈଶାଖୀ, ଏହିସବୁ ଜିଲାରେ ପ୍ରବଳ ବର୍ଷିବ
ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାବେଳେ କାଳବୈଶାଖୀ ପ୍ରଭାବ ମଧ୍ୟ ଦେଖିବାକୁ ମିଳୁଛି। ବିଜୁଳି, ଘଡ଼ଘଡ଼ି, ପବନ ସହ ହାଲୁକା ବର୍ଷା । ୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ। ତେଣୁ ସମ୍ପୃକ୍ତ ଜିଲାଗୁଡ଼ିକୁ ସତର୍କ ରହିବାକୁ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି।
ବୁଧବାର ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି, ରାୟଗଡା, କୋରାପୁଟ ଏବଂ କନ୍ଧମାଳ ଜିଲାର କିଛି ଅଞ୍ଚଳରେ କଳାବୈଶାଖୀଜନିତ ବର୍ଷା ରେକର୍ଡ କରାଯାଇଛି।
ଗୁରୁବାର ମଧ୍ୟ ବିଭିନ୍ନ ଜିଲାରେ କାଳବୈଶାଖୀ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହିସବୁ ଜିଲାଗୁଡ଼ିକ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ବୌଦ୍ଧ, ସୋନପୁର, ବଲାଙ୍ଗୀର ଓ ନୂଆପଡ଼ା ଆଦି ଜିଲା ରହିଛି। ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ ବିଜୁଳି ଓ ଘଡ଼ଘଡ଼ିର ସମ୍ଭାବନା ରହିଛି।

ପାଣିପାଗକୁ ନେଇ ବଡ଼ ଅପଡେଟ । ଆସୁଛି ବଡ଼ ବର୍ଷା । କେବଳ ସେତିକି ନୁହେଁ ୫ ଦିନ ଯାଏ କୁଆପଥର ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜିଠୁ ପାଗରେ ପରିବର୍ତ୍ତନ ହେବ । କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଆସନ୍ତା ଏପ୍ରିଲ ୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି । ବିଜୁଳି ଘଡଘଡି ନେଇ ମଧ୍ୟ ସତର୍କ କରାଇଛି ପାଣିପାଗ ବିଭାଗ ।
ଆସନ୍ତା ଏପ୍ରିଲ ୩ ତାରିଖରେ କାଳବେଶାଖୀ ବର୍ଷାକୁ ନେଇ ୯ଟି ଜିଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୫ଟି ଜିଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । କୁଆପଥର ବର୍ଷା ହେବା ନେଇ ଆଲର୍ଟ କରିଛି ପାଣିପାଗ ବିଭାଗ । ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ୯ ଜିଲା ହେଉଛି: ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡା, ନବରଙ୍ଗପୁର ଓ କୋରାପୁଟ । ସେହିଭଳି ୟେଲୋ ଆଲର୍ଟ ଜାରି କରାଯାଇଥିବା ୫ ଜିଲା ହେଉଛି ବରଗଡ, ସୋନପୁର, ବଲାଙ୍ଗିର, ନୂଆପଡା ଓ ମାଲକାନାଗିରି ।
ସେହିଭଳି ଏପ୍ରିଲ ୪ରୁ ୫ ତାରିଖ ଯାଏ ଉପକୂଳବର୍ତ୍ତୀ ଜିଲା ଗୁଡିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପ୍ରବଳ ବର୍ଷା ଓ ପବନ ସହ କୁଆପଥର ବର୍ଷା ହେବା ନେଇ ୮ଟି ଜିଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।
ସେହିଭଳି ୧୨ ଜିଲ୍ଲାକୁ ୟେଲୋ ଜୋନରେ ରଖାଯାଇଛି । ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ୮ ଜିଲା ହେଉଛି: ମାଲକାନାଗିରି, କୋରାପୁଟ, ରାୟଗଡ, ଅନୁଗୁଳ, କେଉଁଝର, ମୟୁରଭଞ୍ଜ, ଭଦ୍ରକ ଓ ବାଲେଶ୍ବର । ସେହିଭଳି ୟେଲୋ ଜୋନରେ ଥିବା ୧୨ ଜିଲ୍ଲା ହେଉଛି: ଗଞ୍ଜାମ, ଗଜପତି, କନ୍ଧମାଳ, ବେଦ୍ଧ, ନୟାଗଡ, ଖୋର୍ଦ୍ଧା, ପୁରୀ, ଢେଙ୍କାନାଳ, ଯାଜପୁର, କଟକ, କେନ୍ଦ୍ରାପଡା ଓ ଜଗତସିଂପୁର ।












Click it and Unblock the Notifications