Odisha Weather: ଆହୁରି ୫ ଦିନ କାଳବୈଶାଖୀ ବର୍ଷା ! ଏମିତି ରହିବ ପାଗ

ରାଜ୍ୟରେ କାଳବୈଶାଖୀ ପ୍ରଭାବ ଯୋଗୁଁ ଲୋକଙ୍କୁ ଖରାରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି । ଏହାରି ମଧ୍ୟରେ ଆହୁରି ୫ ଦିନ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି । ଆସନ୍ତା ୨-୩ଦିନ ଯାଏ ରାଜ୍ୟରେ ଝଡ଼ବର୍ଷା ସମ୍ଭାବନା ରହିଛି । ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକରେ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ପାଣିପାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି । ଅନ୍ୟପକ୍ଷରେ କାଳବୈଶାଖୀ ପ୍ରଭାବରେ ଆଜି ଟ୍ୱିନସିଟିରେ ଝଡ଼ ବର୍ଷା ହେବାର ସମ୍ଭାବନା ରହିଛି ।

ତେବେ କାଳବୈଶାଖୀ ପ୍ରଭାବ ୫ ଦିନ ପର୍ଯ୍ୟନ୍ତ ରହିବା ସହ ଦିନ ତାପମାତ୍ରା ଆଉ ବଢିବନି । ଏଥିସହ କୋରାପୁଟରେ ଗତ ୨୪ ଘଣ୍ଟାରେ ସର୍ବାଧିକ ୨୪ ମିମି ବର୍ଷା ରେକର୍ଡ କରାଯାଇଛି ।

kala baishakhi rain

୯ ତାରିଖରେ ବି ରହିବ କାଳବୈଶାଖୀ ପ୍ରଭାବ। ୧୦ ତାରିଖ ପରେ ପାଗରେ ପରିବର୍ତ୍ତନ ସମ୍ଭାବନା ରହିଛି ।କାଳବୈଶାଖୀ ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ୮ରୁ ୯ ଡିଗ୍ରୀ ଯାଏ ଖସିଛି ତାତି। ଗତକାଲି ରାଜ୍ୟରେ ୨୦ ସହରରେ ପାରଦ ୩୫ ଡିଗ୍ରୀ ତଳେ ରହିଥିଲା ।

ପାଣିପାଗ ବିଭାଗ ରେକର୍ଡ କହୁଛି, ଗତ ୧୫ ବର୍ଷରେ ସର୍ବାଧିକ ଗ୍ରୀଷ୍ମପ୍ରବାହ ୨୦୧୦ରେ ଏପ୍ରିଲ ମାସରେ ୨୩ ଦିନ ଦୁଇଟି ଅବଧିରେ ଅନୁଭୂତ ହୋଇଥିଲା । କିନ୍ତୁ ୨୦୧୬ରେ ଲଗାତର ଭାବେ ୨୧ ଦିନ ଅର୍ଥାତ୍ ୧୦ ଏପ୍ରିଲରୁ ୩୦ ଏପ୍ରିଲ ଯାଏଁ ରହିଥିଲା ଗ୍ରୀଷ୍ମପ୍ରବାହ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+