କାଲିଠୁ ରାଜ୍ୟରେ ପ୍ରବଳ ବର୍ଷା ! ଏହି ସବୁ ଜିଲ୍ଲାକୁ ଆଲର୍ଟ
କିଛି ଦିନର ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ପରେ ଏବେ ମିଳିବାକୁ ଯାଉଛି ଆଶ୍ୱସ୍ତି। କାରଣ ଆସନ୍ତା କାଲିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଏବେ ରାଜ୍ୟରେ ଯେଉଁଭଳି ଖରା ତାତି ହେଉଛି ସମସ୍ତେ ଖୋଜୁଛନ୍ତି ବର୍ଷା ଟୋପେ। ଆଉ ଯାହା ଏବେ ହେବାକୁ ଯାଉଛି। ଆସନ୍ତା କାଲିଠାରୁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି।
ଆସନ୍ତାକାଲି ଅପରାହ୍ଣରେ ମାଲକାନଗିରି, ଗଞ୍ଜାମ, କୋରାପୁଟ ଓ ମୟୂରଭଞ୍ଜରେ ବିଜୁଳି, ଘଡ଼ଘଡ଼ିର ଆଶଙ୍କା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବ । ସେହିପରି ଝାରସୁଗୁଡ଼ା, ବୌଦ୍ଧ, ସମ୍ବଲପୁର ଓ ବଲାଙ୍ଗୀରକୁ ହିଟୱେଭ ପାଇଁ ୟେଲୋ ଚେତାବନୀ ଜାରି କରାଯାଇଛି । ତାତି ଓ ଆର୍ଦ୍ରତା ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୭ ତାରିଖରେ କାଳବୈଶାଖୀ ପାଇଁ ୭ ଜିଲ୍ଲା କୋରାପୁଟ, ଗଞ୍ଜାମ, ସୁନ୍ଦରଗଡ଼, ମୟୂରଭଞ୍ଜ, ବାଲେଶ୍ବର, କେନ୍ଦୁଝର ଓ ଭଦ୍ରକକୁ ଅରେଞ୍ଜ ୱାର୍ଣ୍ଣିଂ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଏସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ । ସେହିପରି ବିଜୁଳି, ଘଡ଼ଘଡ଼ି ଓ ପବନ ପାଇଁ ୧୮ ଜିଲ୍ଲାକୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ । ଆସନ୍ତା ୨୯ ତାରିଖ ଯାଏ କାଳବୈଶାଖୀ ହେବ । ଆସନ୍ତା ୩ ଦିନରେ ତାପମାତ୍ରାରେ ବଡ଼ ଧରଣର ପରିବର୍ତ୍ତନର ସମ୍ଭାବନା ନାହିଁ । ଏହାପରେ ଦିନ ତାପମାତ୍ରାରେ ୩ରୁ ୫ ଡିଗ୍ରି ସେଲସିୟସ ହ୍ରାସ ହୋଇପାରେ ।












Click it and Unblock the Notifications