ଆହୁରି ୨୪ରୁ ୪୮ ଘଣ୍ଟା ପ୍ରବଳ ବର୍ଷା

ଆଗାମୀ ୨୪ରୁ ୪୮ ଘଣ୍ଟା ଯାଏଁ ରାଜ୍ୟରେ ଲାଗି ରହିବ ବର୍ଷା । ଉପକୂଳ ଓଡ଼ିଶାରେ ବର୍ଷାର ପ୍ରଭାବ ସାମାନ୍ୟ ଅଧିକ ରହିବା ନେଇ ପୂର୍ବାନୁମାନ । ଦକ୍ଷିଣ ଉପକୂଳ ଓ ତାର ପାଶ୍ୱର୍ ଜିଲ୍ଲାରେ ଲାଗି ରହିବ ବର୍ଷା ।

ଭୁବନେଶ୍ୱର: ଆଗାମୀ ୨୪ରୁ ୪୮ ଘଣ୍ଟା ଯାଏଁ ରାଜ୍ୟରେ ଲାଗି ରହିବ ବର୍ଷା । ଉପକୂଳ ଓଡ଼ିଶାରେ ବର୍ଷାର ପ୍ରଭାବ ସାମାନ୍ୟ ଅଧିକ ରହିବା ନେଇ ପୂର୍ବାନୁମାନ । ଦକ୍ଷିଣ ଉପକୂଳ ଓ ତାର ପାଶ୍ୱର୍ ଜିଲ୍ଲାରେ ଲାଗି ରହିବ ବର୍ଷା । ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ପ୍ରଭାବ କମିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି ।

weather report

ତେବେ ବଙ୍ଗୋପସାଗରରେ ଗୋଟିଏ ଘୂର୍ଣ୍ଣିବଳୟ ଏବେ ସକ୍ରିୟ ରହିଥିବା ବେଳେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଦକ୍ଷିଣ ବଙ୍ଗୋପସାଗରର କେନ୍ଦ୍ରୀୟ ଭାଗରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ସେହିପରି ଗତକାଲି ଆନ୍ଧ୍ର ପ୍ରଦେଶ ଉପକୂଳ ଓ ସଂଲଗ୍ନ ଅଞ୍ଚଳରେ ଅବସ୍ଥିତ ଘୂର୍ଣ୍ଣିବଳୟ ବର୍ତ୍ତମାନ ଦକ୍ଷିଣ ଉପକୂଳ ଆନ୍ଧ୍ରପ୍ରଦେଶ ଉପରେ ସକ୍ରିୟ ରହିଛି । ଏହି ଘୂର୍ଣ୍ଣିବଳୟ ସହ ଏକ ଟ୍ରଫ୍‌ ଲାଇନ ମଧ୍ୟ ଆନ୍ଧ୍ର ପ୍ରଦେଶ ଠାରୁ କେନ୍ଦ୍ରୀୟ ଉତ୍ତର ପ୍ରଦେଶ ପର୍ଯ୍ୟନ୍ତ ବ୍ୟାପିଛି । ଏହା ସହ ରାଜ୍ୟରେ ସକ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ।

ତେବେ ୯ ତାରିଖ ଯାଏ ଏଭଳି ପାଗ ଲାଗି ରହିବ। ପ୍ରବଳ ବର୍ଷା ପାଇଁ ଆଜି ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୯ ତାରିଖରେ ଦକ୍ଷିଣ ଓଡ଼ିଶାର ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡା ସହ ପୁରୀ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୪୮ ଘଣ୍ଟା ପରେ ପାଗରେ ହେବ ପରିବର୍ତ୍ତନ । ଗତକାଲି ରାତିରୁ ଟ୍ଵିନ୍‌ସିଟିରେ ତୁହାକୁ ତୁହା ବର୍ଷା ହେଉଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+