ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର: ୪ ଜିଲ୍ଲାକୁ ଅରେଞ୍ଜ ଓ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଗତକାଲିର ଘୁର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଆଗାମୀ ୨୪ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସହ ଉତ୍ତର-ପଶ୍ଚିମ ଦିଗରେ ଓଡିଶା-ଉପକୂଳ ଆଡକୁ ଗତିକରିବାର
ଭୁବନେଶ୍ୱର: ଗତକାଲିର ଘୁର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଆଗାମୀ ୨୪ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସହ ଉତ୍ତର-ପଶ୍ଚିମ ଦିଗରେ ଓଡିଶା-ଉପକୂଳ ଆଡକୁ ଗତିକରିବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ବିଟ ଯୋଗେ ସୂଚନା ଦିଆଯାଇଛି ।

ପାଣିପାଗ କେନ୍ଦ୍ର କହିଛି ଯେ, ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି । ଲଘୁଚାପ କ୍ଷେତ୍ର ଏବଂ ଏହା ସହ ଜଡିତ ଘୁର୍ଣ୍ଣିବଳୟ ବାୟୁମଣ୍ଡଳର ୫.୮ କିମି ଯାଏଁ ବ୍ୟାପିଛି । ଏହା ଆଗାମୀ ୨୪ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସହ ଉତ୍ତର-ପଶ୍ଚିମ ଦିଗରେ ଓଡିଶା-ଉପକୂଳ ଆଡକୁ ଗତି କରିବାର ସମ୍ଭାବନା ରହିଛି ।
ତେବେ ଘୂର୍ଣ୍ଣିବଳୟ ପ୍ରଭାବରେ ଗତକାଲିଠୁ ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଛି । ଆଜି ବର୍ଷାର ପରିମାଣ ବଢ଼ିବ ବୋଲି ଆକଳନ କରାଯାଇଛି । ଆସନ୍ତା ୩ ଘଣ୍ଟାରେ ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୂଆପଡ଼ା, ବରଗଡ଼, କଳାହାଣ୍ଡି, କଟକ ଓ ଖୋର୍ଦ୍ଧାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ଜଳବନ୍ଦୀ ସ୍ଥିତି ସୃଷ୍ଟି ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।
ଆଜି ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ଏବଂ ୧୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ଆସନ୍ତା ୨୧ ଯାଏଁ ରାଜ୍ୟରେ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଆଗାମୀ ୭୨ ଘଣ୍ଟା ଯାଏଁ ରାଜ୍ୟରେ କିଛି ଜିଲ୍ଲାକୁ ଅରେଞ୍ଜ ୱାର୍ଣିଂ ଚେତାବନୀ ଜାରି କରାଯାଇଛି।












Click it and Unblock the Notifications