Odisha Weather: ଅଗଷ୍ଟ ୧୩ରେ ଆଉ ଏକ ଲଘୁଚାପ! ଏହି ୯ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଅଗଷ୍ଟ ୧୩ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ବିଜୁଳି ଘଡ଼ଘଡ଼ି ସହିତ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ତଥ୍ୟାନୁଯାୟୀ, ଉତ୍ତର-ପଶ୍ଚିମ ଏବଂ ଏହାର ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି।

ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର କୋରାପୁଟ, ଗଜପତି, ମାଲକାନଗିରି, ରାୟଗଡା ସହିତ କେନ୍ଦୁଝର, ସୁନ୍ଦରଗଡ଼, କଳାହାଣ୍ଡି, କନ୍ଧମାଳ ଏବଂ ମୟୂରଭଞ୍ଜ ଜିଲାର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

Odisha Weather

ଶୁକ୍ରବାର ସକାଳୁ ଆକାଶ ମେଘୁଆ ଥିବାବେଳେ ବିଭିନ୍ନ ଅଞ୍ଚଳରେ ଝିପିଝିପି ବର୍ଷା ଲାଗି ରହିଥିଲା। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଗଜପତି ଏବଂ ଗଞ୍ଜାମ ଜିଲାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ।

ଏଥିସହିତ ବାଲେଶ୍ବର, ଭଦ୍ରକ, ଯାଜପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲାକୁ ବଜ୍ରପାତ ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ସତର୍କ ରହିବାକୁ ସମ୍ପୃକ୍ତ ଜିଲାର ଜିଲାପାଳଙ୍କୁ ଏସ୍‌ଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦେଶ ଦିଆଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+