Odisha Weather: ୭ ଜୁଲାଇରେ ଆସୁଛି ଆଉ ଏକ ଲଘୁଚାପ, ପ୍ରବଳ ବର୍ଷା ନେଇ ଆଲର୍ଟ

ଆସନ୍ତା ଜୁଲାଇ ୭ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ତେବେ ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆନ୍ଧ୍ରପ୍ରଦେଶରେ ପ୍ରବଳ ବର୍ଷା ହୋଇପାରେ ।

ଜୁଲାଇ ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ନିଅଣ୍ଟିଆ ବର୍ଷା ହେବ। ଆସନ୍ତା ସପ୍ତାହରେ ରାଜ୍ୟର ଅଧିକାଂଶ ସ୍ଥାନରେ ମୋଟ ବର୍ଷା ୫୦ରୁ ୬୦ମିମି ରହିବ । ଜୁଲାଇ ପ୍ରଥମମାର୍ଦ୍ଧରେ ରାଜ୍ୟରେ ବର୍ଷା ପରିମାଣ ୨୫% ନିଅଣ୍ଟିଆ ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ରାଜ୍ୟରେ ଜାରି ରହିଛି ବର୍ଷା । ଉପକୂଳରୁ ଉତ୍ତର, ଦକ୍ଷିଣରୁ ପଶ୍ଚିମ ସବୁଠି ଜାରି ରହିଛି ବର୍ଷା । ଆଗାମୀ ୪ ଦିନ ଧରି ରାଜ୍ୟର ସମସ୍ତ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୬ ଏବଂ ୭ ତାରିଖ ବେଳକୁ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର।

ଏହା ପ୍ରଭାବରେ ଓଡିଶାରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡା, ଅନୁଗୁଳ, ସମ୍ବଲପୁର, ବରଗଡ଼, ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣଂ ଜାରି କରାଯାଇଛି ।

Odisha Weather

ସେହିପରି ମୌସୁମୀ ସିଜିନରେ ଏଯାଏ ରାଜ୍ୟରେ ୨୬ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି। ମାଲକାନଗିରି ଜିଲ୍ଲାରେ ସର୍ବାଧିକ ବର୍ଷା ହୋଇଥିବା ବେଳେ ୧୧ ଜିଲ୍ଲାରେ ସ୍ବାଭାବିକ ରହିଛି ବର୍ଷା ପରିମାଣ। ମୟୂରଭଞ୍ଜ ଜିଲ୍ଲାରେ ସବୁଠୁ କମ୍ ବର୍ଷା ହୋଇଥିବା ବେଳେ ୧୭ ଜିଲ୍ଲାରେ ନିଅଣ୍ଟିଆ ବୃଷ୍ଟିପାତ ରେକର୍ଡ କରିଛି ପାଣିପାଗ ବିଭାଗ।

ମଧ୍ୟପ୍ରଦେଶ ଓ ଛତିଶଗଡ଼ ଉପରେ ଏକ ଗୁରୁଚାପ ବଳୟ ସକ୍ରିୟ ରହିଥିବା ବେଳେ ଉତ୍ତର ବାଂଲାଦେଶ ଏବଂ ପାର୍ଶ୍ୱବର୍ତ୍ତୀ ଅଂଚଳ ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ସେପଟେ ଧିରେ ଧିରେ ବିଗୁଡ଼ିଛି ଆସାମରେ ବନ୍ୟା ସ୍ଥିତି । ବ୍ରହ୍ମପୁତ୍ର ନଦୀରେ ବନ୍ୟା ଯୋଗୁଁ ଜନଜୀବନ ସହ ପଶୁପକ୍ଷୀ ପ୍ରଭାବିତ ହୋଇଛନ୍ତି ।

ବନ୍ୟା ବିତ୍ପାତ ଯୋଗୁ ୧୯ଟି ଜିଲ୍ଲାରେ ୬ ଲକ୍ଷ ଲୋକେ ପ୍ରଭାବିତ। ନଗାଁଓ ଜିଲ୍ଲାରେ ସ୍ଥିତି ଜଟିଳ ହୋଇଛି । ଅନେକ ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଛି । ୩୦ ହଜାରରୁ ଅଧିକ ଲୋକେ ପ୍ରଭାବିତ ହୋଇଛନ୍ତି । ବ୍ରହ୍ମପୁତ ନଦୀର ଜଳସ୍ତର ଏବେ ବି ବିପଦ ସଙ୍କେତ ଉପରେ ପ୍ରଭାବ ହୋଇଥିବାରୁ ସ୍ଥିତି ଆହୁରି ବିଗିଡିବା ନେଇ ଆଶଙ୍କା କରାଯାଉଛି ।

ଏନଡିଆରଏଫ, ଏସଡିଆରଏଫ, ଅଗ୍ନିଶମ ବିଭାଗ ଏବଂ ସେନା ସହାୟତାରେ ଉଦ୍ଧାର କାର୍ଯ୍ୟ ଜୋରସୋରରେ ଚାଲିଛି। ରାସ୍ତାଘାଟ ବୁଡି ରହିଥିବାରୁ ଗମନାଗମନରେ ବାଧା ଉପୁଜିଛି। ଏମିତିକି ଅନେକ ବିଲ୍ଡଂର ପ୍ରଥମ ମହଲା ଜଳରେ ବୁଡି ରହିଥିବାରୁ ଲୋକେ ଘରଦ୍ବାର ଛାଡି ଅନ୍ୟତ୍ର ମୁଣ୍ଡ ଗୁଞ୍ଜିଛନ୍ତି। ସେପଟେ କାଜିରଙ୍ଗା ଜାତୀୟ ପାର୍କରେ ରହୁଥିବା ପ୍ରାଣୀଙ୍କ ଲାଗି ମଧ୍ୟ ବିପଦ ଦେଖାଦେଇଛି। ଜାତୀୟ ଉଦ୍ୟାନର ଅନେକ ସ୍ଥାନ ପାଣିରେ ବୁଡି ରହିଛି। ଫଳରେ ହାତୀ, ହରିଣ, ଗଣ୍ଡାଠୁ ଆରମ୍ଭ କରି ଅନେକ ପଶୁପକ୍ଷୀ ଏବେ ଜନବସତି ମୁହାଁ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+