ଆସୁଛି ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ
ଗୋଟିଏ ପରେ ଗୋଟିଏ ଲଘୁଚାପ । ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୧୮ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଏ ନେଇ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି।
ଭୁବନେଶ୍ୱର: ଗୋଟିଏ ପରେ ଗୋଟିଏ ଲଘୁଚାପ । ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୧୮ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଏ ନେଇ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି ।

ଅନ୍ୟପଟେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ଆଜି ସକାଳେ ୱେଲମାର୍କ ଲୋ' ପ୍ରେସରରେ ପରିଣତ ହୋଇଛି । ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏହା ଅବପାତରେ ପରିଣତ ହୋଇପାରେ। ଆସନ୍ତାକାଲି ସକାଳ ସୁଦ୍ଧା ଅବପାତଟି ଉପକୂଳ ଛୁଇଁବାର ସମ୍ଭାବନା ରହିଛି। ଏହା ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ମଧ୍ୟରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଥିବା ଆଇଏମ୍ଡି ଡିଜି କହିଛନ୍ତି।
ଏଥିପାଇଁ ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆ ଯାଇଛି। ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର କୁ ଯିବାକୁ ବାରଣ କରାଯାଇଛି। ବର୍ତ୍ତମାନ ସମୁଦ୍ର ରେ ୪୦ ରୁ ୫୦ କିଲୋମିଟର ବେଗରେ ପବନ ପ୍ରବାହିତ ହେଉଛି । ୧୨ ତାରିଖରେ ଆଭ୍ୟନ୍ତରଣ ଓଡ଼ିଶାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।












Click it and Unblock the Notifications