ଆସୁଛି ଆଉ ଏକ ଲଘୁଚାପ; ୧୦ରୁ ବଢିବ ବର୍ଷା

ଆସୁଛି ଆଉ ଏକ ଲଘୁଚାପ । ୧୦ରୁ ବଢିବ ବର୍ଷା । ୧୩-୧୪ ତାରିଖ ବେଳକୁ କେନ୍ଦ୍ରୀୟ ତଥା ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ଅଧିକ ପ୍ରଭାବ ଦକ୍ଷିଣ ଓଡ଼ିଶାରେ ପଡିବ। ମାଲକାନଗିରି ଓ କୋରାପୁଟରେ ସବୁଠୁ ଅଧିକ ବର୍ଷା ଆଶଙ୍କା ରହିଥିବାବେଳେ ମୟୂରଭଞ୍ଜ, କେନ୍ଦୁଝର, ରାୟଗଡ଼ା, ଗଜପତି ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଓଡ଼ିଶା ଉପରେ ମୌସୁମୀ ଟ୍ରଫ୍ ସହିତ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ରହିଛି । ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି ।

odisha weather Another low pressure is coming Rain will increase from 10

୧୩ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ବିଜୁଳି, ଘଡ଼ଘଡ଼ି ପାଇଁ ସାରା ଓଡ଼ିଶାକୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ । କାଲିଠୁ ବଢ଼ିବ ବର୍ଷା । ପ୍ରବଳ ବର୍ଷା ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ସେହିପରି ୧୧ ଓ ୧୨ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଦୁଇ ଜିଲ୍ଲା ମାଲକାନଗିରି, କୋରାପୁଟକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି ।

ବଙ୍ଗୋପସାଗର ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଗତ ୨୪ ଘଣ୍ଟାରେ ରାଜ୍ୟର ୫ ଜିଲାରେ ଅତିପ୍ରବଳ ବର୍ଷା ହୋଇଥିବାବେଳେ ୨ ଜିଲାରେ ପ୍ରବଳ, ୬ ଜିଲାରେ ସ୍ବାଭାବିକ, ୪ ଜିଲାରେ ଅଭାବୀ, ୧୧ ଜିଲାରେ ଅତିଅଭାବୀ ଏବଂ ବାକି ୨ ଜିଲାରେ ବର୍ଷା ହୋଇନାହିଁ। ଝାରସୁଗୁଡ଼ା ଜିଲା ଲଇକେରା ଅଞ୍ଚଳରେ ସର୍ବାଧିକ ୧୨.୨୪ ସେ.ମି ଓ ବରଗଡ଼ ଜିଲା ଝରବନ୍ଧ ଅଞ୍ଚଳରେ ଦ୍ବିତୀୟ ସର୍ବାଧିକ ୭.୮ ସେ.ମି ବର୍ଷା ହୋଇଛି।

ତେବେ ଆଉ ୪ଦିନ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ସତର୍କତା ଜାରି ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶକ ମନୋରମା ମହାନ୍ତି କହିଛନ୍ତି। ଅପରପକ୍ଷରେ ୧୨ ତାରିଖ ଶୁକ୍ରବାରଠାରୁ ରାଜ୍ୟରେ ବର୍ଷା ପରିମାଣ ହ୍ରାସ ପାଇବ। ୧୩ ତାରିଖଠାରୁ ନୂଆପଡ଼ା ଓ ନବରଙ୍ଗପୁର ଜିଲା ବ୍ୟତୀତ ବାକି ସବୁଠି ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ମନୋରମା କହିଛନ୍ତି। ତାଙ୍କ ସୂଚନାନୁସାରେ, ମଙ୍ଗଳବାର ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ କୌଣସି ଜିଲାକୁ ସତର୍କତା ଜାରି ହୋଇ ନ ଥିବାବେଳେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ସମସ୍ତ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ସେହିପରି ବୁଧବାର କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲାକୁ ପ୍ରବଳ ବର୍ଷା ଓ ବାକି ରାଜ୍ୟର ସମସ୍ତ ଜିଲାକୁ ବିଜୁଳି ଘଡ଼ଘଡ଼ି ସହ ପବନ ବହିବା ନେଇ ସତର୍କତା ଜାରି ହୋଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+