Odisha Weather: ୨୫ରେ ଆଉ ଏକ ଲଘୁଚାପ, ଭିଜିବ ଓଡ଼ିଶା

ଅଗଷ୍ଟ ଆରମ୍ଭରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁର ନିଷ୍କ୍ରିୟତ‌‌ା ଯୋଗୁଁ ରାଜ୍ୟରେ ପାଗ ଖରାଟିଆ ରହିଥିଲା। ୧୧ ତାରିଖ ଆଡ଼କୁ ପାଗରେ ପରିବର୍ତ୍ତନ ହୋଇଥିଲା। ଏହାପରେ ୧୩ ତାରିଖରେ ଗୋଟିଏ ଓ ୧୮ ତାରିଖରେ ଅନ୍ୟ ଏକ ଲଘୁଚାପ ଯୋଗୁଁ ରାଜ୍ୟରେ ଗତ ୧୦ ଦିନ ହେଲା ବର୍ଷା ଜାରି ରହିଛି।

ଅନ୍ୟପଟେ ଆସନ୍ତା ୨୫ ତାରିଖ ଦିନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର, ସଂଲଗ୍ନ ଉତ୍ତର ଓଡ଼ିଶା ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହାର ପ୍ରଭାବରେ ରାଜ୍ୟରେ ୨୫ ତାରିଖରୁ ପ୍ରବଳ ବର୍ଷା ହେବ। ଫଳରେ ରାଜ୍ୟରେ ବର୍ଷାକୁ ନେଇ ଯେଉଁ ଅଳ୍ପ ମାତ୍ରାରେ ନିଅଣ୍ଟିଆ ସ୍ଥିତି ସୃଷ୍ଟି ହୋଇଛି, ତାହା ଭରଣ ହୋଇଯିବ ବୋଲି ଆଶା କରାଯାଉଛି।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା‌ ମୁତାବକ, ଏବେ ମୌସୁମୀ ବାୟୁ ପ୍ରଭାବରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ କଟକ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହି ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏଣୁ ଏହି ସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ଉପକୂଳ ଓ ସଂଲଗ୍ନ ଓଡ଼ିଶାରେ ଝଡ଼ବର୍ଷାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

Odisha Weather Another low pressure on 25th heavy rain in Odisha

୨୪ ତାରିଖ ଦିନ ମଧ୍ୟ ରାଜ୍ୟର କିଛି କିଛି ସ୍ଥାନରେ ବର୍ଷା ହୋଇପାରେ। ୨୫ ତାରିଖ ଦିନ ବଙ୍ଗୋପସାଗରରେ ଲଘୁଚାପ ଯୋଗୁଁ କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏଣୁ ଏହି ସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, କୋରାପୁଟ, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ନବରଙ୍ଗପୁର ଓ ବୌଦ୍ଧ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଉତ୍ତର ଓଡ଼ିଶା ଉପକୂଳରେ ସମୁଦ୍ର ଅଶାନ୍ତ ରହିବାର ଆଶଙ୍କା ରହିଥିବାରୁ ୨୧ରୁ ୨୩ ତାରିଖ ଯାଏ ସମୁଦ୍ର ମଧ୍ୟକୁ ପ୍ରବେଶ ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+