୨୦ରେ ଆଉ ଏକ ଲଘୁଚାପ !

ଆସନ୍ତା ୨୦ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି ।

ଭୁବନେଶ୍ୱର: ଆସନ୍ତା ୨୦ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି । ସେପ୍ଟେମ୍ବର ୧୮ ବେଳକୁ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ରହିଛି । ପରେ ଏହା ଘନୀଭୂତ ହୋଇ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି ।

odisha weather update

ତେବେ ୧୮ ତାରିଖରେ ଦକ୍ଷିଣ ଓଡ଼ିଶାରେ ଓ ୧୯ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ । ୧୯ରେ ରାଜ୍ୟରେ ବିସ୍ତୃତ ବର୍ଷା ସହ ବର୍ଷାର ପରିମାଣ ବଢ଼ିବ ବୋଲି କହିଛି ପାଣିପାଗ କେନ୍ଦ୍ର । ୧୯ ତାରିଖରେ ପ୍ରବଳ ବର୍ଷା ସମ୍ଭାବନା ନେଇ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ଗଜପତି, ଗଞ୍ଜାମ, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଖୋର୍ଦ୍ଧା, ପୁରୀ, କଟକ ଓ ଜଗତସିଂହପୁର।

ସୋମବାର ଲଘୁଚାପ ସୃଷ୍ଟି ହେବାକୁ ଥିବା ବେଳେ ମଙ୍ଗଳବାର ତାହା ସ୍ପଷ୍ଟ ଦୃଶ୍ୟମାନ ହେବ। ବୁଧବାର ବେଳକୁ ଅବପାତ ଓଡିଶାର ଭୁଭାଗରେ ରହି ଧୀର ଧୀରେ ଛତିଶଗଡ ମୁହାଁହେବ

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+