Get Updates
Get notified of breaking news, exclusive insights, and must-see stories!

Odisha Weather: ଆଜି ସୃଷ୍ଟି ହେବ ଆଉ ଏକ ଲଘୁଚାପ: ମହାନଦୀରେ ବନ୍ୟା ଆଶଙ୍କା

Odisha Weather: ପଛକୁ ପଛ ଦୁଇଟି ଲଘୁଚାପ । ଗୋଟିଏ ନ ଯାଉଣୁ ଆସୁଛି ଆଉ ଗୋଟିଏ ଲୋ ପ୍ରେସର । ଉତ୍ତର ଓଡ଼ିଶା ଓ ସଂଲଗ୍ନବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏବେ ଏକ ଲଘୁଚାପ ସକ୍ରିୟ ରହିଛି । ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏହା ଆହୁରି ଦୁର୍ବଳ ହେବ।

ସେପଟେ କେନ୍ଦ୍ରୀୟ ମିଆଁମାର ଓ ସଂଲଗ୍ନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆସନ୍ତାକାଲି ଉତ୍ତର ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ। ଏହା ପଶ୍ଚିମଦଗିରେ ଗତି କରିବ । ୨୬ ତାରିଖରେ ଉତ୍ତରପଶ୍ଚିମ ଓ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରର ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳରେ ଅବପାତର ରୂପ ନେବ।

Another low pressure will occur today

୨୭ ତାରିଖ ବେଳକୁ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳକୁ ଅତିକ୍ରମ କରିବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ଲଘୁଚାପ ପ୍ରଭାବରେ ୪ ଦିନ ପ୍ରବଳ ବର୍ଷିବ। ୨୪ ଘଣ୍ଟା ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ୩ ଜିଲ୍ଲା କୋରାପୁଟ, ନବରଙ୍ଗପୁର ଓ ନୂଆପଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି ।

ସେହିପରି ପ୍ରବଳ ବର୍ଷା ସମ୍ଭାବନା ଥିବା ୭ ଜିଲ୍ଲାକୁ ଦିଆଯାଇଛି ୟେଲୋ ଆଲର୍ଟ। ଆଜି ପାଇଁ ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ମାଲକାନଗିରିକୁ ଦିଆଯାଇଛି ଅରେଞ୍ଜ ୱାର୍ଣ୍ଣିଂ। ସେହିପରି ଆଜି ପ୍ରବଳ ବର୍ଷା ସମ୍ଭାବନା ପାଇଁ କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+