Odisha Weather: ଉତ୍ତର ଓଡ଼ିଶାରେ ବର୍ଷା ସମ୍ଭାବନା

ସୋମବାର ପୂର୍ବାହ୍‌ଣ ସୁଦ୍ଧା କେନ୍ଦୁଝର, ମୟୂରଭଞ୍ଜ ଓ ବା‌ଲେଶ୍ବର ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ହୋଇପାରେ। ତାହାକୁ ନଜରରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।

ଏହାବ୍ୟତୀତ ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ବର୍ଷାପବନ ହେବାର ଆଶଙ୍କା ରହିଛି।

Odisha Weather

ପରବର୍ତ୍ତୀ ୨୪ ଘଣ୍ଟାରେ କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଉପରେ ବର୍ଷାର ପ୍ରଭାବ ରହିବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। ଗତକାଲି ସକାଳଠାରୁ ଆଜି ସନ୍ଧ୍ୟା ମଧ୍ୟରେ ବାରିପଦା ସହରରେ ସର୍ବାଧିକ ୨୨ ମିମି ବର୍ଷା ହୋଇଥିବା ବେଳେ ଅନୁଗୁଳରେ ୨୧ମିମି, ବାଲେଶ୍ବରରେ ୧୩.୩ ମିମି, ଭଦ୍ରକରେ ୯ମିମି, ଚାନ୍ଦବାଲିରେ ୦.୬ମିମି, ଗୋପାଳପୁରରେ ୦.୩ମିମି, ରାଉରକେଲାରେ ୦.୨ ମିମି ବର୍ଷା ହୋଇଛି। ପାରଳାଖେମୁଣ୍ଡିରେ ଆଜି ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୩୬ ଡିଗ୍ରି ରହିଥିଲା। ଉପକୂଳ ଓଡ଼ିଶାରେ ରାତିର ତାପମାତ୍ରା ସ୍ବାଭାବିକଠାରୁ ଅଧିକ ରହିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+