ସାରା ରାଜ୍ୟରେ ଜାରି ରହିଛି ଶୀତ ଲହରୀ
Odisha Weather: ସାରା ରାଜ୍ୟରେ ଜାରି ରହିଛି ଶୀତ ଲହରୀ । ରାଜ୍ୟର କିଛି କିଛି ସ୍ଥାନରେ ପାରଦ ୧୦ ଡିଗ୍ରୀ ଦଳେ ରହିଛି । ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁସାରେ ଆହୁରି ୨୪ ଘଣ୍ଟା ପର୍ଯ୍ୟନ୍ତ ଓଡ଼ିଶାରେ ଶୀତ ଲହରୀ ଜାରି ରହିବ । ହାଡଭଙ୍ଗା ଶୀତ ସହ ଘନ କୁହୁ଼ଡିର ଆସ୍ତରଣ ଦେଖିବାକୁ ମିଳିଛି । ଶୀତ ଲହରୀ ପାଇଁ ୪ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି ।

କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ପ୍ରବଳ ଶୀତ ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି । ତାପମାତ୍ରା ସ୍ୱାଭାବିକ ଠାରୁ ପ୍ରାୟ ୩ ରୁ ୭ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ । ଆଜି ସକାଳେ ଟ୍ୱିନ୍ ସିଟିରେ କୋହଲା ପାଗ ରହିଥିଲା । ଅନ୍ୟପଟେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆଜିଠାରୁ ରାଜ୍ୟରେ ମେଘୁଆ ପାଗ ସହ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।












Click it and Unblock the Notifications