Odisha Weather: ଅକ୍ଟୋବର ୭ ତାରିଖରେ ଘୂର୍ଣ୍ଣିବଳୟ ସୃଷ୍ଟି ନେଇ ଆକଳନ
ରାଜ୍ୟକୁ ମାଡ଼ି ଆସୁଛି ଆଉ ଏକ ଘୂର୍ଣ୍ଣିବଳୟ । ଅକ୍ଟୋବର ୭ ତାରିଖରେ ଘୂର୍ଣ୍ଣିବଳୟ ସୃଷ୍ଟି ନେଇ ଆକଳନ କରିଛନ୍ତି ପାଣିପାଗ ବିଜ୍ଞାନୀ । ଘୂର୍ଣ୍ଣିବଳୟ ପ୍ରଭାବରେ ୭ ରୁ ୧୨ ତାରିଖ ଯାଏଁ ରାଜ୍ୟରେ ବର୍ଷା ଲାଗିରହିବ । କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା । ଏହାର ବିଶେଷ ପ୍ରଭାବ ଉତ୍ତର ଓ ଉପକୂଳ ଓଡ଼ିଶାରେ ଦେଖା ଦେବ ।
ଟ୍ରପ ଲାଇନ ପ୍ରଭାବରେ ରାଜ୍ୟରେ ମେଘୁଆ ପାଗ:
ଅକ୍ଟୋବର ୯ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସମ୍ଭାବନା ରହିଥିବା ନେଇ ଭାରତୀୟ ପାଣିପାଗ ଆକଳନ କରିଛି । ଟ୍ରପ ଲାଇନ ପ୍ରଭାବରେ ରାଜ୍ୟରେ ମେଘୁଆ ପାଗ ସହ ହାଲୁକା ବର୍ଷା ଲାଗିରହିଛି । ଆସନ୍ତା ୪ ଦିନ ଯାଏଁ ବିଜୁଳି ଓ ଘଡଘଡି ସହ ବର୍ଷାର ସମ୍ଭାବନାକୁ ନେଇ ଚେତାବନୀ ଦେଇଛି ପାଣିପାଗ ବିଭାଗ ।

ଆସନ୍ତା ୨୪ ଘଣ୍ଟାରେ ବିଜୁଳି ଘଡଘଡି ସହ ବର୍ଷାର ସମ୍ଭାବନାକୁ ନେଇ ୨୦ ଜିଲ୍ଲାକୁ ହଳଦିଆ ଚେତାବନୀ ଦେଇଛି ବିଭାଗ । ଉତ୍ତର ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର ଜିଲ୍ଲା ଗଞ୍ଜାମ, ଗଜପତି, ନୟାଗଡ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର କେନ୍ଦ୍ରାପଡା, କଟକ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୁରଭଞ୍ଜ, କେନ୍ଦୁଝର, ଦେଓଗଡ, ସମ୍ବଲପୁର ବରଗଡ଼, ସୁନ୍ଦରଗଡ ଓ ଝାରସୁଗୁଡାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଆସନ୍ତା 24 ଘଣ୍ଟାର ପାଣିପାଗ ରିପୋର୍ଟ:
7 ଅକ୍ଟୋବର:
ଏହି ଦିନ ମଧ୍ୟ ବିଜୁଳି ଘଡଘଡି ସହ ବର୍ଷାର ସମ୍ଭାବନାକୁ ନେଇ ୨୦ ଜିଲ୍ଲାକୁ ହଳଦିଆ ଚେତାବନୀ ଦେଇଛି ପାଣିପାଗ ବିଭାଗ । ଉତ୍ତର ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର ଜିଲ୍ଲା ଗଞ୍ଜାମ, ଗଜପତି, ନୟାଗଡ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର କେନ୍ଦ୍ରାପଡା, କଟକ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୁରଭଞ୍ଜ, କେନ୍ଦୁଝର, ଦେଓଗଡ, ସମ୍ବଲପୁର, ବରଗଡ଼, ସୁନ୍ଦରଗଡ ଓ ଝାରସୁଗୁଡାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।
8 ଅକ୍ଟୋବର:
ବିଜୁଳି ଘଡଘଡି ସହ ବର୍ଷାର ସମ୍ଭାବନା ରହିଛି । କେତେକ ସ୍ଥାନରେ ଝଟକା ପବନ ଅନୁଭୂତ ହେବ । ୟେଲୋ ୱାର୍ଣ୍ଣିଂ- ଗଞ୍ଜାମ, ଗଜପତି, ନୟାଗଡ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର କେନ୍ଦ୍ରାପଡା, କଟକ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, କନ୍ଧମାଳ, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ,କେନ୍ଦୁଝର, ରାୟଗଡ଼ା, କୋରାପୁଟ, ମାଲକାନଗିରି ।












Click it and Unblock the Notifications