ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୨୪ଘଣ୍ଟା ମଧ୍ୟରେ ଲଘୁଚାପ !
ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଏହି ଘୂର୍ଣ୍ଣିବଳୟ ସମୁଦ୍ର ପତନଠାରୁ ବାୟୁମଣ୍ଡଳର ୫.୮କିମି ଉଚ୍ଚତା ଯାଏ ବ୍ୟାପିଛି ।
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଏହି ଘୂର୍ଣ୍ଣିବଳୟ ସମୁଦ୍ର ପତନଠାରୁ ବାୟୁମଣ୍ଡଳର ୫.୮କିମି ଉଚ୍ଚତା ଯାଏ ବ୍ୟାପିଛି । ୨୪ଘଣ୍ଟା ମଧ୍ୟରେ ଏହା ଘନୀଭୂତ ହୋଇ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।

ଏହାର ପ୍ରଭାବରେ ଆସନ୍ତାକାଲିଠୁ ଆରମ୍ଭ ହେବ ବର୍ଷା । ୯ ତାରିଖ ମଧ୍ୟରେ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର ୧୩ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ସେହିଭଳି ୯ ରୁ ୧୦ ତାରିଖ ମଧ୍ୟରେ ବର୍ଷାର ପରିମାଣ ବୃଦ୍ଧି ହେବା ସହ ବିସ୍ତୃତି ବଢିବ। ଏଥିପାଇଁ ଉପକୂଳ ଓଡ଼ିଶାର ୮ ଜିଲ୍ଲା ସମେତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ୧୨ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ତିନି ଦିନ ମଧ୍ୟରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବ ବୋଲି ଆକଳନ କରାଯାଇଛି ।
ଆଜି ଗଞ୍ଜମ, ଗଜପତି, କନ୍ଧମାଳ, ରାୟଗଡା ଓ କୋରାପୁଟ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆସନ୍ତାକାଲି ପାଇଁ ଗଜପତି, ଗଞ୍ଜାମ, ପୁରୀ, କୋରାପୁଟ, ରାୟଗଡା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ମାଲକାନଗିରି, କଳାହାଣ୍ଡି, ନୟାଗଡା, କନ୍ଧମାଳ, କଟକ, କେନ୍ଦ୍ରାପଡା, ଜଗତସିଂହପୁର ଓ ଖୋର୍ଦ୍ଧା ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଯାହାର ପ୍ରଭାବରେ ଲଗାଣ ବର୍ଷା ହେବା ସହିତ ୯ ତାରିଖ ମଧ୍ୟରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାର ୧୩ ଜିଲ୍ଲାକୁ ସତର୍କ ସୂଚନା ଦିଆଯାଇଛି ।












Click it and Unblock the Notifications