Odisha Weather: ବଙ୍ଗୋପସାଗରରେ ଗଭୀର ଅବପାତ; ୧୧ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି

ବଙ୍ଗୋପସାଗରରେ ଗଭୀର ଅବପାତ । ପଶ୍ଚିମବଙ୍ଗ ଓ ସଂଲଗ୍ନବର୍ତ୍ତୀ ବାଂଲାଦେଶ ଉପକୂଳରେ ମନ୍ଥର ଗତିରେ ଉତ୍ତର ପୂର୍ବ ଦିଗରେ ବଢୁଛି ।

ଘଣ୍ଟା ପ୍ରତି ୧୮ କିଲୋମିଟର ବେଗରେ ଗତି କରୁଛି । ଏହା କ୍ରମଶଃ ଉତ୍ତର ଓ ଉତ୍ତର ପୂର୍ବ ଦିଗରେ ଗତି କରିବାର ସମ୍ଭାବନା ରହିଛି । ପରବର୍ତ୍ତୀ ୧୨ ଘଣ୍ଟାରେ ଏହା ଦୁର୍ବଳ ହୋଇ ଅବପାତରେ ପରିଣତ ହେବ । ଏହାର ପରବର୍ତ୍ତୀ ୨୪ ଘଣ୍ଟା ସୁଦୃଶ୍ୟ ଲଘୁଚାପରେ ପରିଣତ ହେବ ବୋଲି ଆଇଏମଡି ପୂର୍ବାନୁମାନ କରିଛି ।

odisha weather Deep depression in Bay of Bengal

ଏପଟେ ରାଜ୍ୟରେ ଜାରି ରହିଛି ମୌସୁମୀର ପରିବ୍ୟାପ୍ତି । ଓଡ଼ିଶାକୁ ମୌସୁମୀ ସଅଳ ଛୁଇଁଥିବା ବେଳେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁର ପରିବ୍ୟାପ୍ତି ଜାରି ରହିଛି । ତିନିଟି ଜିଲ୍ଲା ମାଲକାନଗିରି, କୋରାପୁଟ ଓ ଗଜପତିକୁ ସଂପୂର୍ଣ୍ଣ ଛୁଇଁଛି ମୌସୁମୀ । ନବରଙ୍ଗପୁର, ନବରଙ୍ଗପୁର, ଗଞ୍ଜାମ ଜିଲ୍ଲାର ଅଧିକାଂଶ ଅଞ୍ଚଳକୁ ମୌସୁମୀ ଛୁଇଁସାରିଲାଣି । ସେହିପରି କଳାହାଣ୍ଡି, କନ୍ଧମାଳ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାର କିଛି ଅଞ୍ଚଳରେ ପ୍ରବେଶ କରିଛି ମୌସୁମୀ । ଏପଟେ ରାଜ୍ୟରେ ଲାଗି ରହିଛି ଲଘୁଚାପ ଜନିତ ବର୍ଷା । ଆଜି ୧୧ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଆଗାମୀ ଦୁଇ ଦିନ ଭିତରେ ମୌସୁମୀ ସାରା ଓଡ଼ିଶା ଛୁଇଁବା ସମ୍ଭାବନା ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+