Odisha Weather: ଟ୍ରାପ ଲାଇନ ପ୍ରଭାବରେ ରାଜ୍ୟରେ ୨୫ ତାରିଖ ଯାଏଁ ଲାଗି ରହିବ ବର୍ଷା ସହ ଝଡ଼ ପବନ
ଟ୍ରାପ ଲାଇନ ପ୍ରଭାବରେ ରାଜ୍ୟରେ ଆସନ୍ତା ୨୫ ତାରିଖ ଯାଏଁ ଲାଗି ରହିବ ବର୍ଷା ସହ ଝଡ଼ ପବନ। ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ଅଧାରୁ ଅଧିକ ଜିଲ୍ଲାରେ ବର୍ଷା ସମ୍ଭାବନା ।
ଆସନ୍ତା ୨୪ ଘଣ୍ଟାରେ ୯ ଜିଲ୍ଲାକୁ ଘଡଘଡି ବିଜୁଳି ସହ କୁଆପଥର ବର୍ଷା ପାଇଁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ବାଲେଶ୍ୱର , ଭଦ୍ରକ ,ଯାଜପୁର, ମୟୁରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ,ସୁନ୍ଦରଗଡ, ଝାରସୁଗୁଡା ଓ କେନ୍ଦୁଝର କୁ ସତର୍କ ସୂଚନା ରହିଥିବା ବେଳେ ଏହି ସମୟରେ ୫୦ ରୁ ୬୦ କିମି ପବନ ବହିବାର ସମ୍ଭାବନା ଦେଇଛି ପାଣିପାଗ ବିଭାଗ ।
ସେହିପରି ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ସମ୍ବଲପୁର, ଦେଓଗଡ, ଅନୁଗୁଳ, ନୟାଗଡ, ଖୋର୍ଦ୍ଧା, କଟକ, ଜଗତସିଂହପୁର, ପୁରୀ, ଗଜପତି, ଗଂଜାମ ,ରାୟଗଡା, କଳାହାଣ୍ଡି ଓ କନ୍ଧମାଳ କୁ ସତର୍କତା ସହ ୪୦ ରୁ ୫୦ କିମି ପବନ ବହିବାର ସମ୍ଭାବନା ଦେଇଛି ପାଣିପାଗ ବିଭାଗ।

ସେହିପରି ଆସନ୍ତାକାଲି ଵା ୨୩ ତାରିଖରେ ୪ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର ଓ ଭଦ୍ରକ ରେ କୁଆପଥର ବର୍ଷା ସହ ଝଡି ପବନ ନେଇ ଅରେଞ୍ଜ ଆଲର୍ଟ ଜାରି କରିଛି ବିଭାଗ ।ସେହିପରି ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ୨୪ ଯାଏଁ ଏଭଳି ସ୍ଥିତି ରହିବା ସହ ବର୍ଷା ସମୟରେ ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ.












Click it and Unblock the Notifications