ଆଜି ସନ୍ଧ୍ୟାରୁ ବର୍ଷା ଆରମ୍ଭ , ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

Odisha Weather Forecast: ଆଜି ସନ୍ଧ୍ୟାରୁ ବର୍ଷା ଆରମ୍ଭ ,ରାଜ୍ୟର ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

ଭୁବନେଶ୍ୱର : ୫ ଅଗଷ୍ଟରୁ ରାଜ୍ୟରେ ବଢିବ ବର୍ଷା । ୧୦ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ପାଇଁ ଚେତାବନୀ । ସେହିପରି ଦକ୍ଷିଣ ଓଡ଼ିଶାରେ ୬ ତାରିଖରୁ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା । ଆଜି ସନ୍ଧ୍ୟାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ । ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ । ବିଭାଗ ଦକ୍ଷିଣ ମୁହାଁ ମୌସୁମୀ ସ୍ୱାଭାବିକ ଅବସ୍ଥାନକୁ ଫେରୁଛି । ସେହିପରି ଆଜି ପଶ୍ଚିମ-କେନ୍ଦ୍ରୀୟ ଆନ୍ଧ୍ର ଉପକୂଳରେ ସକ୍ରିୟ ରହିଛି ଏକ ଘୁର୍ଣ୍ଣିବଳୟ ଏହା ସମୁଦ୍ର ପତ୍ତନ ଠାରୁ ବାୟୁମଣ୍ଡଳରେ ୪.୫ କିମି ଉଚ୍ଚତା ଯାଏଁ ବ୍ୟାପିଛି । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବ ପାଇଁ ରାଜ୍ୟ ପାଗରେ ପରବିର୍ତ୍ତନ ଦେଖାଦେଇଛି । ୪ ଜିଲ୍ଲାକୁ ଅତି ପ୍ରବଳ ଏବଂ ୧୨ ଜିଲ୍ଲାକୁ ପ୍ରବଳ ବର୍ଷାର ସମ୍ଭାବନା ପାଇଁ ଚେତାବନୀ ଜାରି । ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

RAIN

୭ତାରିଖରେ ବର୍ଷାର ବିସ୍ତୃତି ଏବଂ ପରିମାଣ ବଢିବ । ୬ ତାରିଖ ସକାଳଠାରୁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, ପୁରୀ, ଜଗତ୍‌ସିଂହପୁରର ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ବାବନା । ୟେଲୋ ଆଲର୍ଟ ଜାରି ଥିବା ଅଞ୍ଚଳରେ ୭୦ ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି । ସେହିପରି ଦକ୍ଷିଣ , ଉପକୂଳ ଓଡ଼ିଶାର ୧୨ ଜିଲ୍ଲାକୁ ସତର୍କ କରାଯାଇଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖି ଲୋକଙ୍କୁ ସଚେତନ କରିବା ପାଇଁ ଏସଆରସିଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+