Get Updates
Get notified of breaking news, exclusive insights, and must-see stories!

Odisha Weather: ସୋମବାରରୁ ଶୀତ କମିବା ନେଇ ପୂର୍ବାନୁମାନ, ହାଲୁକାରୁ ମଧ୍ୟମ ଧରଣର କୁହୁଡି !

ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ତାଜା ସୂଚନା ଅନୁସାରେ, ଆସନ୍ତା ସୋମବାରରୁ ଶୀତ କମିବା ନେଇ ପୂର୍ବାନୁମାନ କରାଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଢେଙ୍କାନାଳ, ଖୋର୍ଦ୍ଧା, କଟକ, ଗଞ୍ଜାମ, ଗଜପତି, କେନ୍ଦୁଝର ଏବଂ କଳାହାଣ୍ଡିର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ହୋଇପାରେ । ସୁନ୍ଦରଗଡ଼, ଅନୁଗୁଳ, କନ୍ଧମାଳ ଏବଂ କୋରାପୁଟ ଜିଲ୍ଲାଗୁଡ଼ିକରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡ଼ି ହେବାର ସାମ୍ଭାବନା ଅଛି ।

ତେବେ ଆଗାମି ୨୪ ଘଣ୍ଟା ପାଇଁ ରାଜ୍ୟର ଜିଲ୍ଲାଗୁଡିକରେ ସର୍ବନିମ୍ନ ତାପମାତ୍ରାରେ କୌଣସି ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ତାପର ଦିନଠାରୁ ସର୍ବନିମ୍ନ ତାପମାତ୍ରାରେ ୨ରୁ୩ ଡିଗ୍ରୀ ସେଲସିୟସ ବଢିବାର ସମ୍ଭାବନା ରହିଛି ।

Odisha Weather

ଆଗାମୀ ୭ ଦିନ ପାଇଁ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଉପରୋକ୍ତ ସୂଚନା ପାଣିପାଗ କେନ୍ଦ୍ର ଭୁବନେଶ୍ୱର ପକ୍ଷରୁ ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+