ଦକ୍ଷିଣପୂର୍ବ ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି; ୪୮ ଘଣ୍ଟାରେ ଅବପାତର ରୂପ ନେଇପାରେ
ସୃଷ୍ଟି ହେଲା ଲଘୁଚାପ । ଦକ୍ଷିଣପୂର୍ବ ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି । ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଯାଇ ଅବପାତରେ ପରିଣତ ହୋଇପାରେ । ୪୮ ଘଣ୍ଟାରେ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଅବପାତ ହୋଇପାରେ । ଆଜି କଳାହାଣ୍ଡିକୁ ଅରେଞ୍ଜ, ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ ।
ପାଣିପାଗ ବିଭାଗ ଆକଳନ କରିଛି, ଶୁକ୍ରବାର ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି। କଳାହାଣ୍ଡିରେ ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ରାୟଗଡ଼ା ଓ ଗଜପତିରେ ପ୍ରବଳ ବର୍ଷା ଆଶଙ୍କା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କେତେକ ଜିଲ୍ଲାରେ ବଜ୍ରପାତ ଆଶଙ୍କା ଅଛି । ୧୪ ତାରିଖରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ । ଉତ୍ତରର ଅଧିକାଂଶ ଓ ଦକ୍ଷିଣର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ଅଛି ।

ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ରେ ପ୍ରବଳରୁ ପ୍ରବଳତର (୭୦ ମିମିରୁ ୨୦୦ ମିମି) ବର୍ଷା ହୋଇପାରେ । ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, କୋରାପୁଟ, ନବରଙ୍ଗପୁର, ଯାଜପୁର, ବରଗଡ଼, ରାୟଗଡ଼ା, କଳାହାଣ୍ଡି, ବାଲେଶ୍ୱର, ଭଦ୍ରକରେ ପ୍ରବଳ ବର୍ଷା ଆଶଙ୍କା ଅଛି । ୧୫ରେ ବି ପ୍ରବଳ ବର୍ଷା ହୋଇପାରେ ।
ଛତିଶଗଡ଼ରେ ବି ଲଗାଣ ବର୍ଷା ଆଶଙ୍କା ଅଛି । ସମ୍ଭାବ୍ୟ ଲଘୁଚାପରୁ ଅବପାତ ସୃଷ୍ଟି ହେବା ସମ୍ଭାବନା ଥିବାରୁ ଏଭଳି ବର୍ଷା ହୋଇପାରେ । ଯଦି ଏମିତି ହୁଏ, ତେବେ ମହାନଦୀ ଫୁଲିପାରେ ।












Click it and Unblock the Notifications