ଦିନକୁ ଦିନ ବଢୁଛି ତାତି; ଭୀଷଣ ତାତି ସାଙ୍ଗକୁ ଗୁଳୁଗୁଳିରେ ହନ୍ତସନ୍ତ ହେଉଛନ୍ତି ରାଜ୍ୟବାସୀ
ରାଜ୍ୟରେ ଦିନକୁ ଦିନ ତାତି ବଢ଼ିବାରେ ଲାଗିଛି । ଭୀଷଣ ତାତି ସାଙ୍ଗକୁ ଗୁଳୁଗୁଳିରେ ହନ୍ତସନ୍ତ ହେଉଛନ୍ତି ରାଜ୍ୟବାସୀ । ସକାଳୁ ଉଠିଲା ବେଳକୁ ମୁଣ୍ଡ ଉପରେ ଖରା। ତାତି ଅସହ୍ୟ ହେଉଥିବା ବେଳେ ଆକାଶରୁ ନିଆଁ ବର୍ଷା ହେବା ଭଳି ଅନୁଭବ ହେଉଛି ।
ଚଳିତ ବର୍ଷ ଏପ୍ରିଲ ମାସରେ ତାତି ରେକର୍ଡ ଭାଙ୍ଗିଥିବା ବେଳେ ମେ ପ୍ରଥମ ସପ୍ତାହ ପର୍ଯ୍ୟନ୍ତ ସମାନ ସ୍ଥିତି ଲାଗି ରହିବ ବୋଲି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି ।
ଗ୍ରୀଷ୍ମପ୍ରବାହ ଉଗ୍ର ହେବାରେ ଲାଗିଛି । ଭୀଷଣ ତାତି ସାଙ୍ଗକୁ ଗୁଳୁଗୁଳିରେ ରାଜ୍ୟବାସୀ ହନ୍ତସନ୍ତ ହେଉଛନ୍ତି । ସୂର୍ଯ୍ୟୋଦୟରୁ ତାତିର ପ୍ରଭାବ ଆରମ୍ଭ ହେଉଥିବା ବେଳେ ମଧ୍ୟରାତ୍ରୀ ପର୍ଯ୍ୟନ୍ତ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳୁଛି ।

ଗତ ୨୪ ଘଣ୍ଟାରେ ଟ୍ୱିନ ସିଟି କଟକ ଭୁବନେଶ୍ୱର ସମେତ ରାଜ୍ୟର ୩୩ ସହରର ତାପମାତ୍ରା ୪୦ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ୪୩ ଡିଗ୍ରୀ ଉପରେ ୧୪ଟି ସହରର ତାପମାତ୍ରା ରହିଛି। ଆଗାମୀ ୨ରୁ ୩ଦିନ ମଧ୍ୟରେ ତାପାମାତ୍ରାରେ ଆହୁରି ବୃଦ୍ଧି ଘଟିବା ନେଇ ମଧ୍ୟ ଆଶଙ୍କା ଦେଖାଦେଇଛି । ଭୀଷଣ ଗ୍ରୀଷ୍ମପ୍ରବାହର ସମ୍ଭାବନା ରହିଥିବାରୁ ଭୁବନେଶ୍ୱର ଓ କଟକ ସହର ସମେତ ୧୩ଟି ସହର ପାଇଁ ରେଡ୍ ଏବଂ ୧୫ଟି ଜିଲ୍ଲା ପାଇଁ ଅରେଂଜ ୱାର୍ଣ୍ଣିଂ ଜାରି କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।
ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର କେତେକ ଜିଲ୍ଲାରେ ତାପମାତ୍ରା ୪୬ ଡିଗ୍ରୀ ମଧ୍ୟ ଅତିକ୍ରମ କରିପାରେ ବୋଲି ଆକଳନ କରାଯାଉଛି ।












Click it and Unblock the Notifications