Odisha Weather: ଆସନ୍ତା ୩ ଦିନ ପର୍ଯ୍ୟନ୍ତ ତାତିରୁ ନାହିଁ ନିସ୍ତାର

ପ୍ରଚଣ୍ଡ ତାତିରେ ସିଝୁଛି ଉପକୂଳରୁ ଉପାନ୍ତ । ରାଜ୍ୟରେ ଅସହ୍ୟ ଗରମ ଓ ଗୁଳୁଗୁଳିରେ ଆଉଟୁପାଉଟୁ ଜନଜୀବନ । ୩ ଦିନ ନିସ୍ତାର ନାହିଁ । ଜାରି ରହିବ ସମାନ ସ୍ଥିତି । ୩ ଦିନ ମଧ୍ୟରେ ତାପମାତ୍ରାରେ କୌଣସି ବଡ଼ ଧରଣର ପରିବର୍ତ୍ତନର ସମ୍ଭାବନା ନାହିଁ । ଏଭଳି ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ବିଶେଷକରି ଉପକୂଳ ଓଡ଼ିଶାରେ ଗରମ ଓ ଆର୍ଦ୍ରତା ପାଇଁ ୱାର୍ଣ୍ଣିଂ ଜାରି ହୋଇଛି ।

ଆଜି ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ବର ଜିଲ୍ଲାର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ହାଲୁକା ବର୍ଷା ହୋଇପାରେ । ରାଜ୍ୟର ଅନ୍ୟ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ । ବାଲେଶ୍ବର, ଭଦ୍ରକ, ଗଜପତି, ଜଗତସିଂହପୁର, ପୁରୀ ଜିଲ୍ଲାକୁ ଗ୍ରୀଷ୍ମ ପ୍ରବାହ ପାଇ ୱେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

heavy heat in odisha high temperature

ସେହିପରି ଗରମ ଓ ଆର୍ଦ୍ରତା ପାଇଁ ଯାଜପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଜିଲ୍ଲାକୁ ୟେଲୋ ୱାର୍ଣ୍ଣଂ ଜାରି ହୋଇଛି । ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ରାଜ୍ୟର ବିଭିନ୍ନ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ଓଡ଼ିଶାକୁ ଅଗ୍ରସର ହେବା ପରେ ନିଷ୍କ୍ରିୟ ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+