Odisha Weather: ଆସନ୍ତା ୪ ଦିନ ପ୍ରବଳ ବର୍ଷା ଆଲର୍ଟ

ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ଝାଡ଼ଖଣ୍ଡ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ଆଜି ସେହି ଅଞ୍ଚଳରେ ରହିଥିଲା । ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ଗତି କରିବା ସହ ଆସନ୍ତା ୨ ଦିନରେ ଝାଡ଼ଖଣ୍ଡ ଓ ଉତ୍ତର ଛତିଶଗଡ଼ ଅତିକ୍ରମ କରିବ । ମୌସୁମୀ ଟ୍ରଫ୍‌ ଲାଇନ୍‌ ଅମୃତସର, ଚଣ୍ଡୀଗଡ଼, କାନପୁର, ଡାଲ୍‌ଟନ୍‌ଗଞ୍ଜ, ଲଘୁଚାପର କେନ୍ଦ୍ର ଦେଇ ଗାଙ୍ଗେୟ ପଶ୍ଚିମବଙ୍ଗ ସଂଲଗ୍ନ ଝାଡ଼ଖଣ୍ଡ ହୋଇ ଉତ୍ତରପୂର୍ବ ବଙ୍ଗୋପସାଗର ଆଡ଼କୁ ଗତି କରୁଛି ।

ପଶ୍ଚିମ ଆସାମରୁ ତେଲେଙ୍ଗାନା ପର୍ଯ୍ୟନ୍ତ ଏକ ଟ୍ରଫ୍‌ ଲାଇନ୍‌ ଝାଡ଼ଖଣ୍ଡ, ଆଭ୍ୟନ୍ତରୀଣ ଓଡ଼ିଶା, ଦକ୍ଷିଣ ଛତିଶଗଡ଼ ଉପରେ ଲଘୁଚାପ କ୍ଷେତ୍ର ସହ ଜଡ଼ିତ ଉପର ବାୟୁମଣ୍ଡଳସ୍ତରୀୟ ଘୂର୍ଣ୍ଣିବଳୟର ୩.୧ କିମି ଉଚ୍ଚତାରେ ରହିଛି ।

ଏହାର ପ୍ରଭାବରେ ଆଜି ଉତ୍ତର ଓଡ଼ିଶାର ବିଭିନ୍ନ ଅଞ୍ଚଳ ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ମୟୂରଭଞ୍ଜ, ବରଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଛି ।

Odisha Weather Heavy rain alert for next 4 days

ଆସନ୍ତା ୪ ଦିନ ଉପକୂଳ, ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ । ଆସନ୍ତାକାଲି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ଆସନ୍ତା ୪ ଦିନ ଉପକୂଳ, ଉତ୍ତର ଓ ପଶ୍ଚିମରେ ବର୍ଷା
ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ଝାଡ଼ଖଣ୍ଡ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ଆଜି ସେହି ଅଞ୍ଚଳରେ ରହିଥିଲା । ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ଗତି କରିବା ସହ ଆସନ୍ତା ୨ ଦିନରେ ଝାଡ଼ଖଣ୍ଡ ଓ ଉତ୍ତର ଛତିଶଗଡ଼ ଅତିକ୍ରମ କରିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+