ଆହୁରି ୪ ଦିନ ପ୍ରବଳ ବର୍ଷା, ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଲଘୁଚାପ ପ୍ରଭାବରେ ଆଜି ୭ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହି

ଭୁବନେଶ୍ୱର: ଉପକୂଳ ଓଡ଼ିଶାରେ ସକ୍ରିୟ ରହିଛି ଲଘୁଚାପ । ଏହା ପ୍ରଭାବରେ ଭୋର ୪ ଟାରୁ ଉପକୂଳ ଓଡ଼ିଶାରେ ଲାଗିରହିଛି ତୁହାକୁ ତୁହା ବର୍ଷା । ଘୁର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି । ଫଳରେ ଭୁବନେଶ୍ୱର ଏବଂ କଟକରେ ଆଜି ପାହାନ୍ତିଆରୁ ଭୀଷଣ ବର୍ଷା ଲାଗିରହିଛି । ପ୍ରଭାବରେ ତଳିଆ ଅଞ୍ଚଳରେ ସାମୟିକ ଭାବେ ବର୍ଷା ଜଳ ଜମିବା ଦେଖିବାକୁ ମିଳିଛି ।

Monsoon 2022

ଅନ୍ୟପଟେ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଲଘୁଚାପ ପ୍ରଭାବରେ ଆଜି ୭ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ୭ଟି ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଦିଆଯାଇଛି । ସେସବୁ ଜିଲ୍ଲା ଗୁଡ଼ିକ ହେଲା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ ଓ ସମ୍ବଲପୁର।

ସେହିପରି ପ୍ରବଳ ବର୍ଷା ନେଇ ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା ଏବଂ ସୋନପୁର ଭଳି ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହି ସବୁ ଜିଲ୍ଲାରେ ୭ରୁ୧୧ ସେଣ୍ଟିମିଟର ବର୍ଷା ହେବାର ସମ୍ଭାବନା ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+