Odisha Weather: ୧୯ ଯାଏ ପ୍ରବଳ ବର୍ଷା, ଏହି ୬ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି
ସାରା ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି। ମଙ୍ଗଳବାର ଜଗତ୍ସିଂହପୁରରେ ସର୍ବାଧିକ ୨୯.୨ ମିମି ବର୍ଷା ରେକର୍ଡ ହୋଇଥିବାବେଳେ ଝାରସୁଗୁଡ଼ାରେ ୧୬.୦ ମିମି, ବରଗଡ଼ରେ ୧୫.୬ ମିମି, ଭବାନୀପାଟଣାରେ ୧୧.୮ ମିମି, ସୋନପୁରରେ ୧୧.୬ ମିମି ଓ ନୟାଗଡ଼ରେ ୧୦.୦ ମିମି ବର୍ଷା ରେକର୍ଡ କରାଯାଇଛି। ତେବେ ୧୯ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ଲାଗିରହିବ। ଏଥିପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରାଜ୍ୟର ବିଭିନ୍ନ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି।

ବୁଧବାର ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ ଆଦି ୬ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ଏହିସବୁ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ବଜ୍ରପାତ ସହ ପ୍ରବଳ ବର୍ଷା ନେଇ ନୂଆପଡ଼ା, ବଲାଙ୍ଗୀର, ସୋନପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ ଓ ଜଗତ୍ସିଂହପୁର ଆଦି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି।












Click it and Unblock the Notifications