କାଳବୈଶାଖୀ ପ୍ରଭାବରେ ଆସନ୍ତାକାଲିଠୁ ୪ଦିନ ପ୍ରବଳ ବର୍ଷା
Odisha Weather: କଳାବୈଶାଖୀ ପ୍ରଭାବରେ ଆସନ୍ତାକାଲିଠୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାରେ ସମ୍ଭାବନା ରହିଛି କିଛି କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇପାରେ । ୩୦ ଜିଲ୍ଲାକୁ ବର୍ଷା ସହ ବଜ୍ରପାତ ସହ ପବନ ବହିବା ନେଇ ସତର୍କ କରାଇଲା ପାଣିପାଗ ବିଭାଗ । ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଥିବା ବେଳେ ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ରାଜ୍ୟରେ କିଛି କିଛି ସ୍ଥାନରେ ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିବାର ଆଶଙ୍କା ରହିଛି । ସେହିପରି ୨୩ ତାରିଖରେ କିଛି କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ୨୪ ତାରିଖ ପାଇଁ ୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।












Click it and Unblock the Notifications