ଦୁଇ ଦିନ ପ୍ରବଳ ବର୍ଷା, ଜିଲାପାଳଙ୍କୁ ସତର୍କ କରାଇଲେ ଏସଆରସି
ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ଲଘୁଚାପ ପ୍ରଭାବରେ ରାଜ୍ୟରେ ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲାରେ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଆଜି ପାଇଁ ସୁନ୍ଦରଗଡ, ଝାରସୁଗୁଡା ଏବଂ ସମ୍ବଲପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ଜିଲାପାଳମାନଙ୍କୁ ସତର୍କ କରାଯାଇଛି । ୨୭ ତାରିଖ ଅର୍ଥାତ ରବିବାର ଦିନ ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡରେ ପ୍ରବଳ ବର୍ଷା ହୋଇପାରେ । ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ବି ବର୍ଷା ହୋଇପାରେ ।













Click it and Unblock the Notifications