Odisha Weather: ପୁଣି ଆସୁଛି ବଡ ବର୍ଷା; କମିବ ଶୀତ
ଲଘୁଚାପଜନିତ ବର୍ଷା ଛାଡିଯାଇଥିଲେ ମଧ୍ୟ ରବିବାରଠାରୁ ରାଜ୍ୟରେ ଶୀତର ପରିମାଣ ବଢ଼ିଛି । ଆସନ୍ତା ୨୪ ତାରିଖରୁ ପୁଣି ବର୍ଷା ସମ୍ଭାବନା ଥିବାରୁ ୩ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି ।
ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ ପଶ୍ଚିମ-ଦକ୍ଷିଣ-ପଶ୍ଚିମ ଦିଗରେ ଗତିକରି ଆଗାମୀ ୨୪ ତାରିଖ ବେଳକୁ ଉତ୍ତର ତାମିଲନାଡ଼ୁ ପାର୍ଶ୍ୱ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ନିକଟତର ହେବ। ଏହା ପ୍ରଭାବରେ ଓଡିଶା ଉପରେ ଏକ ପୂର୍ବାଳୀ ନିମ୍ନଚାପ ରେଖା ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିଯୋଗୁ ଦକ୍ଷିଣ-ପୂର୍ବ ଦିଗରୁ ଜଳୀୟବାଷ୍ପ ପୂର୍ଣ୍ଣ ସାମୁଦ୍ରିକ ବାୟୁ ରାଜ୍ୟ ମଧ୍ୟକୁ ପ୍ରବେଶ କରିବା ଫଳରେ ଦକ୍ଷିଣ ଉପକୂଳ ସମେତ ପାଶର୍ବବର୍ତ୍ତୀ ଉତ୍ତର ଉପକୂଳ ଓଡ଼ିଶାରେ ବର୍ଷା ହେବ। ୨୪ ତାରିଖରେ ରାୟଗଡ଼ା, ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ଜଗତ୍ସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, ନୟାଗଡ଼, କୋରାପୁଟ, ମାଲକାନଗିରି, କନ୍ଧମାଳ ଆଦି ଜିଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।

ଅନ୍ୟପକ୍ଷରେ ସୋମବାର ଓ ମଙ୍ଗଳବାର ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, କଳାହାଣ୍ଡି ଓ ଅନୁଗୋଳ ଜିଲାରେ ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି କନ୍ଧମାଳ, ରାୟଗଡ଼ା, କୋରାପୁଟ, ବଲାଙ୍ଗୀର, ବରଗଡ଼ ଆଦି ଜିଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିବ ବୋଲି ପାଣିପାଗ କେନ୍ଦ୍ରର ବୁଲେଟିନ୍ରୁ ଜଣାପଡିଛି।
-
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ଆସିଲା ଗ୍ରୀଷ୍ମ ଋତୁ, ଏହି ସବୁ ସମସ୍ୟା ଥିଲେ ଭୁଲରେ ବି ଖାଆନ୍ତୁ ନାହିଁ ତରଭୁଜ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ମାର୍ଚ୍ଚ ୨୮ରୁ ଆଇପିଏଲ ଆରମ୍ଭ -
କେଜରିୱାଲଙ୍କ ସହ ଅନ୍ୟ ୨୩ ଜଣଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ










Click it and Unblock the Notifications