Odisha Weather: ପ୍ରବଳ ବର୍ଷା ସମ୍ଭାବନା; ଆଜି ଏହି ସବୁ ଜିଲ୍ଲାକୁ ଆଲର୍ଟ
ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ଅଞ୍ଚଳ ଉପରେ ରହିଥିବା ଲଘୁଚାପ କ୍ଷେତ୍ର ସେହି ଅଞ୍ଚଳରେ ରହିଛି। ଆଜି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବା ସହ ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।
ଏଥିସହ ୨୫ ତାରିଖ ଆଡ଼କୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହେବ। ଫଳରେ ୨୫ ତାରିଖରୁ ରାଜ୍ୟରେ ପୁଣି ବର୍ଷା ଆରମ୍ଭ ହୋଇଯିବ। ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ଓଡ଼ିଶା ଉପକୂଳ ବଙ୍ଗୋପସାଗର ଅଶାନ୍ତ ରହିବାର ଆଶଙ୍କା ରହିଥିବାରୁ ଆଜି ସମୁଦ୍ର ମଧ୍ୟକୁ ପ୍ରବେଶ ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।
ରବିବାର ଉତ୍ତର ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି। ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏହି ଜିଲାଗୁଡ଼ିକ ହେଲା କେନ୍ଦୁଝର, ଝାରସୁଗୁଡ଼ା ଓ ବରଗଡ଼। ସେହିପରି ପ୍ରବଳ ବର୍ଷା ନେଇ ସମ୍ବଲପୁର, ଦେବଗଡ଼, ଅନୁଗୋଳ ଓ ମୟୂରଭଞ୍ଜ ଆଦି ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଥିବାବେଳେ ବଜ୍ରପାତ ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଆଦି ଜିଲାକୁ ସତର୍କ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର।













Click it and Unblock the Notifications