Odisha Weather: ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା; ଆଜି ପାଇଁ ୨ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି

ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ । ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା । ଉତ୍ତର ଓଡ଼ିଶା ଯଥା ମୟୂରଭଞ୍ଜ, ବାଲେଶ୍ୱର ଭଦ୍ରକ ଓ କେନ୍ଦୁଝର ଆଦି ଜିଲ୍ଲାରେ ଶୁକ୍ରବାର ସନ୍ଧ୍ୟାରୁ ବର୍ଷା ଆରମ୍ଭ ହୋଇଥିବା ବେଳେ ଆଜି ବର୍ଷାର ପ୍ରଭାବ ଆହୁରି ବଢ଼ିବାର ସମ୍ଭାବନା ରହିଛି । ଆଜି ମୟୂୂରଭଞ୍ଜରେ ପ୍ରବଳ ଓ ସ୍ଥାନେ ସ୍ଥାନେ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ଆକଳନ କରିବା ସହ ରେଡ୍‌ ଆଲର୍ଟ ଜାରି କରିଛି । ଏହାକୁ ଆଧାର କରି ଆଜି ମୟୂରଭଞ୍ଜ ଜିଲ୍ଲାରେ ସମସ୍ତ ସ୍କୁଲ୍‌ ଓ ଅଙ୍ଗନୱାଡ଼ି କେନ୍ଦ୍ରକୁ ଜିଲ୍ଲାପାଳ ଛୁଟି ଘୋଷଣା କରିଛନ୍ତି।

Odisha Weather

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଶୁକ୍ରବାର ଦକ୍ଷିଣପୂର୍ବ ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହି ଲଘୁଚାପ ରାତି ସୁଦ୍ଧା ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେଇଛି। ଏହାର ପ୍ରଭାବରେ ଶନିବାର ମୟୂରଭଞ୍ଜ ସମେତ ଭଦ୍ରକ ବାଲେଶ୍ୱର ଓ କେନ୍ଦୁଝରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା କରାଯାଇଛି। ଭୀଷଣ ବର୍ଷା ନେଇ ମୟୂରଭଞ୍ଜ ଏବଂ କେନ୍ଦୁଝରକୁ ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ବାଲେଶ୍ବର, ଭଦ୍ରକ ଅରେଞ୍ଜ ଆଲର୍ଟ ଜାରି ହୋଇଛି ।ସେହିପରି କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ ଓ ଢେଙ୍କାନାଳରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏହି ଲଘୁଚାପ ଦ୍ୱାରା ଶନିବାର ସର୍ବାଧିକ ବର୍ଷା ହେବାକୁ ଥିବା ବେଳେ ରବିବାର ମଧ୍ୟ ଅନେକ ସ୍ଥାନରେ ପ୍ରବଳ ବର୍ଷାର ଆଶଙ୍କା ରହିଛି। ରବିବାର ଦିନ ମୟୂରଭଞ୍ଜ ଓ କେନ୍ଦୁଝର ସମେତ ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଣିପାଗ କେନ୍ଦ୍ର କହିଛି।

ଲଘୁଚାପ ଯୋଗୁଁ ମୌସୁମୀ ସକ୍ରିୟ ରହିବା ସହ ସମୁଦ୍ର ଅଶାନ୍ତ ରହିଛି। ସମୁଦ୍ର ମଧ୍ୟରେ ଏବେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିମି. ରହିଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ଉତ୍ତର ବଙ୍ଗୋପସାଗର ଓଡ଼ିଶା ଉପକୂଳ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି। ପାଣିପାଗ କେନ୍ଦ୍ରର ସୂଚନାକୁ ଆଧାର କରି ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବା ପାଇଁ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟରୁ ନିର୍ଦ୍ଦେଶ ଦିଆଯାଇଛି। ବିଶେଷକରି ଯେଉଁ ଜିଲ୍ଲାଗୁଡ଼ିକ ପାଇଁ ଆଲର୍ଟ ଜାରି କରାଯାଇଛି, ସେହି ଜିଲ୍ଲାର ଜିଲ୍ଲାପାଳଙ୍କୁ ସବୁ ପ୍ରକାର ସ୍ଥିତିର ମୁକାବିଲା ପାଇଁ ଆବଶ୍ୟକ ଭିତ୍ତିଭୂମି ମଜଭୁତ କରି ରଖିବାକୁ କୁହାଯାଇଛି। ସହରାଞ୍ଚଳରେ ଜଳବନ୍ଦୀ ସମସ୍ୟା ସମାଧାନ ସାଙ୍ଗକୁ ଡ୍ରେନେଜ୍‌ ବ୍ୟବସ୍ଥାର ତଦାରଖ କରିବାକୁ କୁହାଯାଇଛି। ସେହିପରି ବର୍ଷା ଯୋଗୁଁ ଯଦି କେଉଁଠି କିଛି କ୍ଷୟକ୍ଷତି ଘଟୁଛି, ତେବେ ତୁରନ୍ତ ଏହାର ରିପୋର୍ଟ ପ୍ରଦାନ କରିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+