Odisha Weather: ଆସନ୍ତାକାଲିଠାରୁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଆସନ୍ତାକାଲିଠାରୁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା। ଆସନ୍ତା ୨୪ରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ। ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ ୟେଲୋ ଆଲର୍ଟ । ମାଲକାନାଗିରି, କୋରାପୁଟ ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ାରେ ପ୍ରବଳ ବର୍ଷା ।

ଗଜପତି, କନ୍ଧମାଳ, କେନ୍ଦୁଝର, ବାଲେଶ୍ୱର, ସୁନ୍ଦରଗଡ଼, ମୟୁରଭଞ୍ଜରେ ମଧ୍ୟ ବର୍ଷା । ବର୍ଷା ସହ ବଜ୍ରପାତ ଓ ଘଣ୍ଟା ପ୍ରତି ୩୦କି.ମି. ବେଗରେ ପବନ ବହିପାରେ ।

Heavy rain likely in Odisha from tomorrow

ଦକ୍ଷିଣ ଓଡ଼ିଶା ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ଆସନ୍ତା ୨୪ ତାରିଖ ସୁଦ୍ଧା ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୮ ତାରିଖ ପର୍ଯ୍ୟନ୍ତ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଗତ ୨୪ ଘଣ୍ଟାରେ କେନ୍ଦୁଝରର ହାଟଡିହିରେ ସର୍ବାଧିକ ୧୨ ସେମି, ତେଲକୋଇରେ ୯, ବାଣପୁରରେ ୯, ପାଲଲହଡ଼ାରେ ୮, ନବରଙ୍ଗପୁରରେ ୮, ଖରିଆରରେ ୮ ସେମି, ଉମରକୋଟରେ ୭, ବୋଡେନରେ ୭ ସେମି ବର୍ଷା ହୋଇଛି। ଅପରାହ୍ଣ ସୁଦ୍ଧା କଟକରେ ୧୫.୨ ଏବଂ ଭୁବନେଶ୍ବରରେ ୯.୫ ମି.ମି ବର୍ଷା ହୋଇଥିଲା। ଆଜି କୋରାପୁଟ ଓ ମାଲକାନଗିରି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏସବୁ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏଠାରେ ବିଜୁଳି ଘଡ଼ଘଡ଼ି ସହିତ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିପାରେ। ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ନୂଆପଡ଼ା ଏବଂ ନବରଙ୍ଗପୁର ଜିଲାରେ ପବନ ସହ ବିଜୁଳି ଘଡ଼ଘଡ଼ି ଓ ବର୍ଷା ସମ୍ଭାବନା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଅନ୍ୟ ଜିଲାଗୁଡ଼ିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।

ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୨୪ ଓ ୨୫ ତାରିଖରେ ସମୁଦ୍ର ଅଶାନ୍ତ ରହିପାରେ। ଏଠାରେ ପବନର ବେଗ ଘଣ୍ଟା ପ୍ରତି ୩୫ରୁ ୪୫ କି.ମି. ଏବଂ ଝଟକା ପବନର ବେଗ ୫୫ କି.ମି. ରହିପାରେ। ତେଣୁ ମତ୍ସ୍ୟଜୀବୀ ସମୁଦ୍ରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+