Odisha Weather: ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ରବିବାରଠାରୁ ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏ ନେଇ ସତର୍କତା ଜାରି କରାଯାଇଛି। ରବିବାର ପାଇଁ ରାଜ୍ୟର ୨୪ ଜିଲାରେ ବର୍ଷା ନେଇ ୟୋଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୬ଟି ଜିଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା କୁହାଯାଇଛି। ଏହି ୬ଟି ଜିଲା ହେଉଛି ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର ଏବଂ ବାଲେଶ୍ଵର।

Heavy rain likely in the state for the next 3 days

୧୪ ତାରିଖ (ସୋମବାର) ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ଅଧିକ ବର୍ଷା ହୋଇପାରେ । ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ୧୫ ତାରିଖରେ ଉପକୂଳ, ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି ।

ଶନିବାର ସକାଳରୁ ନେଇ ସନ୍ଧ୍ୟା ଭିତରେ ନୟାଗଡ଼ରେ ୨୦ ମିମି ବର୍ଷା ହୋଇଛି । ସୋନପୁରରେ ୧୯ମିମି, ବାଲେଶ୍ୱରରେ ୧୭.୨, ଟିଟିଲାଗଡ଼ରେ ୧୧.୨ ଓ କୋରାପୁଟରେ ୫ମିମି ବର୍ଷା କେକର୍ଡ ହୋଇଛି ।

ଆସନ୍ତା ୧୬ ତାରିଖରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟିର ସମ୍ଭାବନା ଅଛି । ଘୂର୍ଣ୍ଣିବଳୟ ହେବା ପରେ ୩ରୁ ୪ ଦିନ ଯାଏ ଏହା ପଶ୍ଚିମ ଓ ଉତ୍ତର- ପଶ୍ଚିମ ଦିଗରେ ଗତି କରିବ । ପାଣିପାଗ ବିଶେଷଜ୍ଞ ଏଭଳି ପୂର୍ବାନୁମାନ କରିଛନ୍ତି ।

ରବିବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ଅଧିକ ବର୍ଷା ହୋଇପାରେ । ଯାଜପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ନୂଆପଡ଼ା, ବଲାଙ୍ଗିର, ସୋନପୁର ଓ ବୌଦ୍ଧରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+