Odisha Weather: ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା। ବଙ୍ଗୋପସାଗର ଏବଂ ଓଡ଼ିଶା ନିକଟବର୍ତ୍ତୀ ଉପକୂଳ ଅଞ୍ଚଳରେ ଲଘୁଚାପ ସୃଷ୍ଟି।
୨୫ ତାରିଖରେ ବଙ୍ଗୋପସାଗର ଉପରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା । ୨୭ରେ ଅବପାତରେ ପରିଣତ ହୋଇ ଦକ୍ଷିଣ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ଅତିକ୍ରମ କରିପାରେ । ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଆଶଙ୍କା । ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗର ସୂଚନା ।

ପଛକୁ ପଛ ଲଘୁଚାପ । ଯୋଡ଼ା ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷିବ । ବଙ୍ଗୋପସାଗରରେ ଏବେ ଏକ ଲଘୁଚାପ ସୃଷ୍ଟି ହୋଇଥିବା ବେଳେ ତା ପଛକୁ ଦାନା ବାନ୍ଧୁଛି ଆଉ ଗୋଟିଏ ଲୋ ପ୍ରେସର । ଆସନ୍ତାକାଲି ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ସମ୍ଭାବ୍ୟ ଲଘୁଚାପ ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେଇପାରେ। ଏହାଦ୍ବାରା ରାଜ୍ୟର ଅନେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ।
୨୬ ତାରିଖ ବେଳକୁ ଉତ୍ତରପଶ୍ଚିମ ଓ ସଂଲଗ୍ନବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରର ଦକ୍ଷିଣ ଓଡ଼ିଶା ଓ ଆନ୍ଧ୍ର ଉପକୂଳରେ ଅବପାତରେ ପରିଣତ ହେବ । ଏହା ୨୭ ତାରିଖ ଦିନ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳକୁ ଅତିକ୍ରମ କରିବ । ୩୦ରେ ଓଡ଼ିଶା ସଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ। ଏହା ଓଡ଼ିଶା ଉପକୂଳ ପାଖରେ ସମୁଦ୍ରରେ ଉତ୍ତର ଆଡ଼କୁ ଆଗେଇବ । ଆଜି ଅତି ପ୍ରବଳ ବର୍ଷା ପାଇଁ ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।












Click it and Unblock the Notifications