Odisha Weather: ଲଘୁଚାପ କ୍ଷେତ୍ର ପ୍ରଭାବରେ ୨୦ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା
ଲଘୁଚାପ କ୍ଷେତ୍ର ପ୍ରଭାବରେ ୨୦ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା। ୧୮ ଓ ୧୯ ତାରିଖ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ । ୧୮ରେ ମାଲକାନଗିରି, କୋରାପୁଟ; ୧୯ରେ କୋରାପୁଟ ଓ କଳାହାଣ୍ଡିକୁ ୱାର୍ଣ୍ଣିଂ । ୧୮ରୁ ୨୦ ତାରିଖ ଯାଏଁ ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ।

ପଛକୁ ପଛ ଲଘୁଚାପ । ଗୋଟିଏ ଲଘୁଚାପ ସକ୍ରିୟ ଥିବାବେଳେ ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା କାଲି ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଆଉ ଏକ ଲଘୁଚାପ କ୍ଷେତ୍ର । ଉତ୍ତରପଶ୍ଚିମ ଏବଂ ଏହାର ପାର୍ଶ୍ବବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା । ଏହାର ପ୍ରଭାବରେ ୧୮ ଓ ୧୯ ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସହ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବାନ ରହିଛି ।
ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡ଼ଘଡ଼ି ଓ ପବନ ନେଇ ୧୮ ତାରିଖରେ ମାଲକାନଗିରି ଓ କୋରାପୁଟ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଉତ୍ତର ଓଡ଼ିଶା, କେନ୍ଦ୍ରୀୟ ଓଡ଼ିଶା, ଉପକୂଳ ଓଡ଼ିଶା ଓ ପଶ୍ଚିମ ଓଡ଼ିଶାର ଅଧିକାଂଶ ଅଞ୍ଚଳକୁ ୟେଲୋ ସତର୍କତା ଦିଆଯାଇଛି । ସେହିପରି ୧୯ ତାରିଖରେ ଅତି ପ୍ରବଳ ବର୍ଷା ସହ ଘଡ଼ଘଡ଼ି, ପବନ ନେଇ କୋରାପୁଟ ଓ କଳାହାଣ୍ଡିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।
ଅନ୍ୟପଟେ ଦକ୍ଷିଣ ଓଡ଼ିଶା ଓ ଆନ୍ଧ୍ର ପ୍ରଦେଶ ଉପକୂଳରେ ସକ୍ରିୟ ଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଆଜି କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହା ସହହ ବର୍ଷା ଓ ପବନ ନେଇ ୨୨ଟି ଜିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୮ରୁ୨୦ ତାରିଖ ଭିତରେ ସମୁଦ୍ରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।












Click it and Unblock the Notifications