Get Updates
Get notified of breaking news, exclusive insights, and must-see stories!

ରାକ୍ଷୀ ପୂର୍ଣ୍ଣିମାରେ ପ୍ରବଳ ବର୍ଷା: ୬ଜିଲ୍ଲାକୁ ଆର୍ଲଟ ଜାରି, କେଉଁ କେଉଁ ଅଞ୍ଚଳରେ ବର୍ଷିବ ?

ରାଜ୍ୟରେ ସକ୍ରିୟ ଲଘୁଚାପ । ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା । ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ନେଇ ପାଣିପାଗ କେନ୍ଦ୍ରର ସୂଚନା । ଆଜି ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ । ସେପଟେ ରାଜ୍ୟରେ ବଜ୍ରଘାତରେ ୯ ଜଣଙ୍କ ମୃତ୍ୟୁ ।

ରାଜ୍ୟରେ ସକ୍ରିୟ ରହିଛି ସଦୃଶ ଲଘୁଚାପ । ଅଧିକ ଘନିଭୂତ ହୋଇ କାଲି ସୁଦ୍ଧା ଉତ୍ତର-ଉତ୍ତର ପଶ୍ଚିମ ଦିଗକୁ ଗତି କରି ୱେଲମାର୍କ ଲୋ ପ୍ରେସରରେ ପରିଣତ ହେବ। ପ୍ରଭାବରେ ରାଜ୍ୟରେ ଆସନ୍ତା ୪ ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଆସନ୍ତା ୨୪ ଘଣ୍ଟାରେ ଅନେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ କାଁଭାଁ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ ଓ କନ୍ଧମାଳରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

odisha weather

ସେହିପରି ଆଜି ପାଇଁ ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଭଳି ୬ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୦ରୁ ରାଜ୍ୟରେ ବର୍ଷାର ପରିମାଣ କମିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଅନ୍ୟପଟେ ଜୁନ ୧ରୁ ଏଯାବତ ୬୮୦.୫ ମିମି ବର୍ଷା ରେକର୍ଡ ହୋଇଛି। ଏବେବି ୧୦ ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି । ମାଲକାନଗିରିରେ ସ୍ଵାଭାବିକଠାରୁ ଅତ୍ୟଧିକ ବର୍ଷା, ୩ ଜିଲ୍ଲାରେ ଅଧିକ ବର୍ଷା ହୋଇଥିବା ବେଳେ ବାକି ୧୧ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଥିବା ପାଣିପାଗ ବିଭାଗ କହିଛି ।...

ବଜ୍ରାଘାତରେ ରାଜ୍ୟରେ ୯ ମୃତ, ୪ ଆହତ । ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରାଘାତରେ ୯ ଜଣଙ୍କର ମୃତ୍ୟୁ ହୋଇଛି । ମୟୂରଭଞ୍ଜ, ଭଦ୍ରକ, କେନ୍ଦ୍ରାପଡ଼ା, ଗଞ୍ଜାମ, କେନ୍ଦୁଝର, ଢେଙ୍କାନାଳରେ ୯ଜଣଙ୍କର ମୃତ୍ୟୁ ହୋଇଛି ।

ମୟୂରଭଞ୍ଜ ବୈଶିଙ୍ଗା ଥାନା ସିଙ୍ଗାରାପୁରା ଗାଁରେ ଦମ୍ପତିଙ୍କ ମୃତ୍ୟୁ ହୋଇଥିବା ବେଳେ ଭଦ୍ରକ ଆଗରପଡ଼ାର ସାହୁପଡ଼ାରେ ଜଣେ ଏବଂ ଚାନ୍ଦବାଲି ଗୋବିନ୍ଦପୁର ଗାଁରେ ଜଣଙ୍କର ମୃତ୍ୟୁ ହୋଇଛି । କେନ୍ଦ୍ରାପଡ଼ା ରାଜକନିକା ଥାନା ଗୁଆଳି ଗାଁରେ ଯୁବକ ମୃତ୍ୟୁ ହୋଇଥିବା ବେଳେ ଗଞ୍ଜାମ ତାରାସିଂ ଥାନା ତୋଲଡ଼ି ଗାଁରେ ଜଣଙ୍କର ଜୀବନ ଯାଇଛି ।

କେନ୍ଦୁଝର ଧୁରୁଡ଼ିଆମ୍ବରେ ବଜ୍ରପାତ, ୧୩ ବର୍ଷର ବାଳକ ମୃତ୍ୟୁ ସୂଚନା ମିଳିଥିବା ବେଳେ ଢେଙ୍କାନାଳର ଓଡ଼ିଶୋ ଗାଁରେ ଯୁବକଙ୍କ ମୃତ୍ୟୁ ହୋଇଛି । ସେହିପରି ତେଲକୋଇ ଗୁଡ଼ିକଂସରେ ୨ ମହିଳା ଓ ଜଣେ ଶିଶୁ ଆହତ ହୋଇଛନ୍ତି ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାରେ ଗଭୀର ଦୁଃଖପ୍ରକାଶ କରିବା ସହିତ ମୃତକଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି। ବଜ୍ରପାତ ଯୋଗୁଁ ମୃତ୍ୟୁବରଣ କରିଥିବା ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟତମ ଆତ୍ମୀୟଙ୍କୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଏଥିସହିତ ମୁଖ୍ୟମନ୍ତ୍ରୀ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିବା ସହିତ ସେମାନଙ୍କ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି କହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+