Get Updates
Get notified of breaking news, exclusive insights, and must-see stories!

Odisha Weather: ଲଘୁଚାପ ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଏସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଉପକୂଳର ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ସମୁଦ୍ରପତ୍ତନ ଠାରୁ 1.5 ଏବଂ 5.8 କିଲୋମିଟର ଉଚ୍ଚତାରେ ଦକ୍ଷିଣ ଆଡକୁ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ, ଆଗାମୀ 48 ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଫଳରେ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ ପବନ ବହିବା ନେଇ ପାଣିପାଗ ବିଭାଗ ଆଗାମୀ 5 ଦିନ ପାଇଁ ଚେତାବନୀ ଜାରି କରିଛି । ଗଣେଶ ପୂଜା, ନୂଆଖାଇଁରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

Rain Thunderstorm Alert 26 August:

ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ ଝଟକା ପବନ ଘଣ୍ଟାପ୍ରତି 30-40 କିମି ବେଗରେ ବହିବ । ଏଥିପାଇଁ ଓଡ଼ିଶାର 2ଟି ଜିଲ୍ଲା ରାୟଗଡ଼ା ଓ ଗଜପତିକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସେହିପରି ପ୍ରବଳ ବର୍ଷା ସହ ବଜ୍ରପାତ ଓ ଝଟକା ପବନର ବେଗ 30-40 କିମି ସମ୍ଭାବନାକୁ ନେଇ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼ ଓ ମାଲକାନଗିରି ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

ସେପଟେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ସୁନ୍ଦରଗଡ଼, ଝାରସୁଗୁଡ଼ା, ବାରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା ଓ ବଲାଙ୍ଗୀର ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଣ୍ଟାପ୍ରତି ଝଟକା ପବନ 30-40 କିଲୋମିଟର ବେଗରେ ବହିବା ସହିତ ମଧ୍ୟମ ଧରଣର ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Heavy To Very Heavy Rain In Ganesh Puja

27 ତାରିଖ ଗଣେଶ ପୂଜାରେ ମଧ୍ୟ ପ୍ରବଳରୁ ଅତ୍ୟନ୍ତ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ ଝଟକା ପବନ 30-40 କିମି ବେଗରେ ବହିବ । ଏଥିପାଇଁ ନୟାଗଡ ଓ କନ୍ଧମାଳ ଜିଲ୍ଲାକୁ ପାଣିପାଗ ବିଭାଗ ଅରେଞ୍ଜ ଆଲର୍ଟ ଜାରି କରିଛି । ସେହିପରି ଖୋର୍ଦ୍ଧା, ପୁରୀ, କଟକ, ବୌଦ୍ଧ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କିଛି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହିତ ଘଣ୍ଟାପ୍ରତି ଝଟକା ପବନ 30-40 କିଲୋମିଟର ବେଗରେ ବହିବା ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବାରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର ଓ ରାୟଗଡ଼ା ଜିଲ୍ଲା ଗୁଡ଼ିକରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଣ୍ଟାପ୍ରତି ଝଟକା ପବନର ବେଗ 30-40 କିଲୋମିଟର ବହିବା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି ।

Heavy Rain Alert In Nuakhai

28 ତାରିଖ ନୂଆଖାଇରେ ଓଡ଼ିଶାର ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗୀର, କଳାହାଣ୍ଡି, ସୁନ୍ଦରଗଡ଼, ମୟୁରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ କିଛି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହିତ ଘଣ୍ଟାପ୍ରତି ଝଟକାପବନ 30-40 କିଲୋମିଟର ବେଗରେ ବହିବା ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଯାହାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋ, ଢେଙ୍କାନାଳ, ସୋନପୁର, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଣ୍ଟାପ୍ରତି ଝଟକାପବନର ବେଗ 30-40 କିଲୋମିଟର ବେଗରେ ବହିବା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏଥିପାଇଁ ହଳଦିଆ ଚେତାବନୀ ଜାରି କରାଯାଇଛି ।

29 August Rain Alert:

29 ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଜିଲ୍ଲାଗୁଡ଼ିକରେ ବିଜୁଳି ଓ ଘଡ଼ଘଡ଼ି ସହିତ ଘଣ୍ଟାପ୍ରତି ଝଟକାପବନ 30-40 କିଲୋମିଟର ବେଗରେ ବହିବା ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ସେପଟେ ଝାରସୁଗୁଡ଼ା, ବାରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାଗୁଡ଼ିକରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଣ୍ଟାପ୍ରତି ଝଟକାପବନର ବେଗ 30-40 କିଲୋମିଟର ବେଗରେ ବହିବା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏସବୁ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

ଅଶାନ୍ତ ରହିବ ସମୁଦ୍ର:

ଅଗଷ୍ଟ 26ରୁ 29 ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଉପକୂଳ ଓ ଉତ୍ତର ବଙ୍ଗୋପସାଗରରେ ଘଣ୍ଟାପ୍ରତି 40-60 କିଲୋମିଟର ବେଗରେ ପବନ ବହିବା ସହିତ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି । ସମୁଦ୍ର ସ୍ଥିତି ଅଶାନ୍ତରୁ ଅତି ଅଶାନ୍ତ ରହିବ । ତେଣୁ ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି ।,

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+