ଭୟଙ୍କର ହେଉଛି ଅବପାତ: ପ୍ରବଳରୁ ଅତି ପ୍ରବଳ ବର୍ଷା, ୫୦ରୁ ୬୦କିମି ବେଗରେ ବହିବ ପବନ

ବାଂଲାଦେଶ ଏବଂ ପାଶ୍ୱବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଥିବା ଗଭୀର ଅବପାତ ଶୁକ୍ରବାର ଦୁର୍ବଳ ହୋଇଛି। ଗତ ୬ ଘଣ୍ଟା ମଧ୍ୟରେ ଏହା ଘଣ୍ଟା ପ୍ରତି ୨୦ କିଲୋମିଟର ବେଗରେ ଉତ୍ତର-ପୂର୍ବ ଦିଗରେ ଗତି କରିଛି। ବାଂଲାଦେଶର ଟାଙ୍ଗାଇଲରୁ ୬୦ କିଲୋମିଟର ପଶ୍ଚିମ-ଦକ୍ଷିଣପଶ୍ଚିମ, ଢାକାରୁ ୧୧୦ କିଲୋମିଟର ପଶ୍ଚିମ-ଉତ୍ତରପଶ୍ଚିମ, ଭାରତର ବେରହାମପୁରରୁ ୧୨୦ କିଲୋମିଟର ଉତ୍ତର-ପୂର୍ବ ଏବଂ ଶିଲଂରୁ ୩୦୦ କିଲୋମିଟର ପଶ୍ଚିମ-ଦକ୍ଷିଣପଶ୍ଚିମରେ ଅବସ୍ଥିତ ଥିଲା। ଏହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପୂର୍ବ ଦିଗରେ ଗତି କରି ଏକ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି।

ପାଣିପାଗ ବିଭାଗ ଉତ୍ତର-ପୂର୍ବାଞ୍ଚଳ ରାଜ୍ୟମାନଙ୍କ ପାଇଁ ପ୍ରବଳ ବର୍ଷା (୨୦ ସେଣ୍ଟିମିଟରରୁ ଅଧିକ) ନେଇ ରେଡ ଆଲର୍ଟ ଜାରି କରିଛି। ଓଡ଼ିଶାରେ ଜୁନ ୧ ପର୍ଯ୍ୟନ୍ତ ବିଚ୍ଛିନ୍ନ ଭାବେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ଏବଂ ଘଣ୍ଟା ପ୍ରତି ୪୦-୫୦ କିଲୋମିଟର ବେଗରେ ପବନ ହେବାର ସମ୍ଭାବନା ରହିଛି ।

weather Heavy to very heavy rain

ଶୁକ୍ରବାର କାଳାହାଣ୍ଡି, ନୂଆପଡ଼ା, ମୟୂରଭଞ୍ଜ, ବାଲେଶ୍ୱର, କୋରାପୁଟ, ମାଲକାନଗିରି, ରାୟଗଡ଼ା ଏବଂ ନବରଙ୍ଗପୁର ଜିଲ୍ଲାରେ ଗୋଟିଏ ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହା ସହିତ ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେଓଗଡ଼, ବଲାଙ୍ଗୀର, ବୌଦ୍ଧ, ବରଗଡ଼, କନ୍ଧମାଳ, ପୁରୀ, ନୟାଗଡ଼, ଖୋର୍ଦ୍ଧା, ଗଞ୍ଜାମ, ଭଦ୍ରକ, ଯାଜପୁର, କଟକ, ଜଗତସିଂହପୁର, କେନ୍ଦୁଝର, ଅନୁଗୁଳ, ଧେନକାନାଳ ଏବଂ ଗଜପତି ଜିଲ୍ଲାରେ ଦିନର ଅପରାହ୍ନ ବା ସଂଧ୍ୟା ସମୟରେ ଘଣ୍ଟା ପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଓଡ଼ିଶା ଉପକୂଳରେ ମେ ୩୦ ପର୍ଯ୍ୟନ୍ତ ଘଣ୍ଟା ପ୍ରତି ୪୦-୫୦ କିଲୋମିଟର ବେଗରେ ପବନ ବହିବା ସହ ୬୦ କିଲୋମିଟର ପର୍ଯ୍ୟନ୍ତ ଗତି କରିପାରେ।

ଏହା ସହିତ, ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ମାଲକାନଗିରି, କୋରାପୁଟ ଏବଂ ଗଜପତି ଜିଲ୍ଲାକୁ ସମ୍ପୂର୍ଣ୍ଣ ଆଚ୍ଛାଦିତ କରିଛି। ନବରଙ୍ଗପୁର, ରାୟଗଡ଼ା, ଗଞ୍ଜାମ, କାଳାହାଣ୍ଡି, କନ୍ଧମାଳ, ଖୋର୍ଦ୍ଧା ଏବଂ ପୁରୀ ଜିଲ୍ଲାର ଅଧିକାଂଶ ଅଞ୍ଚଳକୁ ମଧ୍ୟ ଏହା ଆଚ୍ଛାଦିତ କରିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+