ଆଜିଠାରୁ ଆହୁରି ୪ ଦିନ ପ୍ରବଳ ବର୍ଷା

ଆଜିଠୁ ୪ ଦିନ ପ୍ରବଳ ବର୍ଷା । ଏନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଓଡ଼ିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ବେଳେ ମୌସୁମୀ ସକ୍ରିୟ ଥିବା ଯୋଗୁ ବର୍ଷା ଲାଗିରହିବ ।

ଭୁବନେଶ୍ୱର: ଆଜିଠୁ ୪ ଦିନ ପ୍ରବଳ ବର୍ଷା । ଏନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଓଡ଼ିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ବେଳେ ମୌସୁମୀ ସକ୍ରିୟ ଥିବା ଯୋଗୁ ବର୍ଷା ଲାଗିରହିବ । ୭୦ ମିଲିମିଟରରୁ ୨ଶହ ମିଲିମିଟର ପର୍ଯ୍ୟନ୍ତ ହୋଇପାରେ ବର୍ଷା । ବର୍ଷାକୁ ନେଇ ଅରେଞ୍ଜ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ରାଜ୍ୟରେ ଏବେ ମୌସୁମୀ ଟ୍ରପଲାଇନ୍ ସକ୍ରିୟ ରହିଛି । ଓ୍ୱେଲମାର୍କ ଲୋ ପ୍ରେସର ସହ ସୃଷ୍ଟି ହୋଇଥିବା ଆଉ ଏକ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି ।

weather report

ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଗଞ୍ଜାମ, ନୟାଗଡ଼, କନ୍ଧମାଳ, ବୌଦ୍ଧ, କଳାହାଣ୍ଡି ଏବଂ ବଲାଙ୍ଗିର ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ ଦକ୍ଷିଣ ଉପକୂଳ ଓଡ଼ିଶାର ୧୫ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ସକ୍ରିୟ ଲଘୁଚାପ ଫଳରେ ଆସନ୍ତା ୩ ରୁ ୪ ଦିନ ଯାଏଁ ବର୍ଷା ଜାରି ରହିବ । ଆସନ୍ତାକାଲି ଦକ୍ଷିଣ ଓଡ଼ିଶାର ୫ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ୧୬ ତାରିଖରୁ ଉତ୍ତର ଓଡ଼ିଶାର ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ, ସୁନ୍ଦରଗଡ, କେନ୍ଦୁଝର, ଯାଜପୁର ଆଦି ଜିଲ୍ଲାରେ ବର୍ଷାର ପରିମାଣ ବଢିବ । ୧୬ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନ ଯିବାକୁ ନିର୍ଦ୍ଦେଶ ଦିଆଯାଇଛି

ସେହିପରି ଆଜି ଭୁବନେଶ୍ୱର ଓ କଟକ ରେ ମଧ୍ୟ ବର୍ଷା ସହ ବଜ୍ରପାତ ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ବର୍ଷା ଯୋଗୁ କିଛି ସ୍ଥାନରେ ପାଣି ଜମିବାର ସମ୍ଭାବନା ଥିବାରୁ ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ଏସଆରସି ।

ଚଳିତ ବର୍ଷ ୧ ଜୁନ୍ ରୁ ୧୩ ଜୁଲାଇ ମଧ୍ୟରେ ମୌସୁମୀ ସ୍ୱାଭାବିକ ୩୩୪.୪ ମିମି ତୁଳନାରେ ୩୧୭.୬ ମିମି କମ୍ ହୋଇଛି । ଏହି ସମୟ ମଧ୍ୟରେ ୬ଟି ଜିଲ୍ଲାରେ ଅଧିକ ବୃଷ୍ଟିପାତ ହୋଇଥିଲା, ୬ ଟି ଜିଲ୍ଲାରେ ସ୍ୱାଭାବିକ ଠାରୁ ବହୁତ କମ୍ ବର୍ଷା ହୋଇଥିବା ବେଳେ ବାକି ୧୮ ଟି ଜିଲ୍ଲାରେ ସ୍ଵାଭାବିକ ବର୍ଷା ହୋଇଛି । ଗତ ୨୪ ଘଣ୍ଟାରେ ବିଶେଷ କରି ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+