Odisha Weather: IMD କଲା ଆଲର୍ଟ, ୫ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ

୧୬ ବର୍ଷ ପରେ ନିର୍ଦ୍ଧାରିତ ସମୟର ୮ ଦିନ ପୂର୍ବରୁ କେରଳରେ ପ୍ରବେଶ କରିଛି ମୌସୁମୀ । ମୌସୁମୀ ପ୍ରଭାବରେ ଆସନ୍ତା ୩୧ ତାରିଖ ଯାଏଁ ଏଭଳି ବର୍ଷା ଜାରି ରହିବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ। ପାଣିପାଗ ବିଶେଷଜ୍ଞ ଅନୁମାନ କରିଛନ୍ତି ଯେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେଉଥିବାରୁ ଓଡ଼ିଶାକୁ ମୌସୁମି ବାୟୁ, ସପ୍ତାହ ପୂର୍ବରୁ ଆସି ପହଞ୍ଚିଯାଇ ପାରେ ।

ଆସନ୍ତା ୪୮ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ। ଯାହା ୨୯ ତାରିଖ ବେଳକୁ ଘନୀଭୂତ ହୋଇ ୱେଲମାର୍କ ଲୋପ୍ରେସର ବା ସୁଦୃଶ୍ୟ ଲଘୁଚାପରେ ପରିଣତ ହେବ। ଯାହା ମୌସୁମୀର ଗତିକୁ ଆହୁରି ସକ୍ରିୟ କରିବ। ଅନୁମାନ କରାଯାଉଛି, ଲଘୁଚାପ ପ୍ରଭାବରେ ଓଡ଼ିଶାକୁ ମଧ୍ୟ ଆଗୁଆ ଆସିବ ମୌସୁମି । ଜୁନ ପ୍ରଥମ ସପ୍ତାହ ସୁଦ୍ଧା ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ପ୍ରବେଶ କରିବା ଅଧିକ ସମ୍ଭାବନା ରହିଛି ।

Odisha Weather IMD issues alert heavy to very heavy rainfall in 5 districts

ଓଡ଼ିଶା ନିକଟରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ମେଘୁଆ ପାଗ ସହିତ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଆସନ୍ତା ୨୪ ଘଣ୍ଟାରେ ଉତ୍ତର ଉପକୂଳ ସାଙ୍ଗକୁ ଦକ୍ଷିଣରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁରରେ ଅତି ପ୍ରବଳ ବର୍ଷା ହୋଇପାରେ। କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଢେଙ୍କାନାଳ, ଯାଜପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରିରେ ପ୍ରବଳ ବର୍ଷା ନେଇ ମଧ୍ୟ ଅରେଞ୍ଜ ଆଲର୍ଟ ଜାରି ହୋଇଛି ।

ସେପଟେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁଛି । କେରଳ ସମେତ କର୍ଣ୍ଣାଟକ, ତାମିଲନାଡୁ ଓ ମିଜୋରାମର କିଛି ଅଞ୍ଚଳକୁ ମଧ୍ୟ ଅଗ୍ରସର ହୋଇଛି ମୌସୁମୀ । ଚଳିତ ବର୍ଷ ୮ ଦିନ ପୂର୍ବରୁ ଦକ୍ଷିଣ-ପଶ୍ଚିମ ମୌସୁମୀ କେରଳରେ ପ୍ରବେଶ କରିଛି । ୨୦୦୧ ଓ ୨୦୦୯ ମସିହାରେ ମେ' ୨୩ରେ ମୌସୁମୀ ବାୟୁ କେରଳରେ ପ୍ରବେଶ କରିଥିଲା । ୧୯୯୦ ମସିହାରେ ମେ ମାସ ୧୯ ତାରିଖରେ ମୌସୁମୀ କେରଳରେ ପହଞ୍ଚିଥିଲା । ୨୦୦୦ରୁ ୨୦୨୫ ମଧ୍ୟରେ ୧୪ ଥର ମେ' ମାସରେ ଓ ୧୨ ଥର ଜୁନ୍ ମାସରେ ମୌସୁମୀ କେରଳ ଛୁଇଁଥିଲା । ଏଥର ମୌସୁମୀ ଶୀଘ୍ର କେରଳ ଛୁଇଁଥିବାରୁ ଆସନ୍ତା ସପ୍ତାହ ମଧ୍ୟରେ ଓଡ଼ିଶାରେ ପହଞ୍ଚିବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏହା ମଧ୍ୟରେ ଓଡ଼ିଶାରେ ପ୍ରାକ୍ ମୌସୁମୀ ବର୍ଷା ଆରମ୍ଭ ହୋଇଯାଇଛି ।

ପ୍ରବଳ ବର୍ଷା ଯୋଗୁଁ ରାଜଧାନୀ ଦିଲ୍ଲୀର ମେଟ୍ରୋ, ହମାୟୁ ରୋଡ ଏବଂ ଶାସ୍ତ୍ରୀ ଭବନରେ ପାଣି ଜମି ରହିଥିବା ଦେଖିବାକୁ ମିଳୁଥିଲା । ଯାହାଫଳରେ ମେଟ୍ରୋ ରୋଡରେ କାରଗୁଡିକ ବୁଡି ରହିଥିଲା । ଲଗାତାର ଝଡବର୍ଷା ଯୋଗୁ ଅନେକ ସ୍ଥାନରେ ଗଛ ଭାଙ୍ଗି ରାସ୍ତାରେ ପଡ଼ିଥିବାରୁ ଗମନାଗମନ ବନ୍ଦ ରହିଥିଲା । ତେଣୁ ଟ୍ରାଫିକ୍ ସେବାରେ ମଧ୍ୟ ସମସ୍ୟା ଦେଖାଦେଇଥିଲା ।

ଝଡବର୍ଷା କାରଣରୁ ଅନେକାଂଶ ଫ୍ଲାଇଟକୁ ବନ୍ଦ କରିଦିଆଯାଇଛି । ଯଦିଓ ପାଗରେ ସୁଧାର ଦେଖାଦେଇଛି ତଥାପି ବର୍ତ୍ତମାନ ପର୍ଯ୍ୟନ୍ତ ବିମାନ ସେବା ବନ୍ଦ ରହିଛି । ଯାତ୍ରୀମାନଙ୍କୁ ବିମାନ ସେବା ସମ୍ବନ୍ଧରେ ଯାଞ୍ଚ କରି ଆସିବାକୁ ପରାମର୍ଶ ଦେଇଛି ସ୍ପାଇସଜେଟ୍ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+