ଆହୁରି ୫ ଦିନ କାଳବୈଶାଖୀ ବର୍ଷା, ବିଜୁଳି ଘଡ଼ଘଡ଼ି ସହ ବର୍ଷିବ କୁଆପଥର
ରାଜ୍ୟରେ କାଳବୈଶାଖୀ ବର୍ଷାର ପ୍ରଭାବ ଲାଗି ରହିଛି । ଆଗାମୀ ୫ ଦିନ ଯାଏଁ ଅନେକ ସ୍ଥାନରେ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ ଝଟକା ପବନ ୫୦ରୁ ୬୦ କିମି ବେଗରେ ବହିବ । ସେହିପରି କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହେବା ସମ୍ଭାବନା ରହିଛି ।
ଆଗାମୀ ୨୪ ଘଣ୍ଟା ପାଇଁ ୱାର୍ଣ୍ଣିଂ:
ଆଗାମୀ ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର, ନୂଆପଡା, ବରଗଡ଼, ରାୟଗଡା, କନ୍ଧମାଳ,ଗଞ୍ଜାମ, ଗଜପତି, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ କେନ୍ଦୁଝର ଏହି ୧୫ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ବର୍ଷା ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାରେ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ସୋନପୁର, ବୌଦ୍ଧ, ନୟାଗଡ, ଖୋର୍ଦ୍ଧା, ପୁରୀ, ସୁନ୍ଦରଗଡ, ଦେଓଗଡ, ଅନୁଗୋଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଢେଙ୍କାନାଳ, ସମ୍ବଲପୁର, ଝାରସୁଗୁଡା ଓ ଯାଜପୁର ୧୫ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ଓ ୩୦ରୁ ୪୦ କିମି ପବନ ବହିବାର ସମ୍ଭାବନାକୁ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।
କାଲି କୁଆପଥର ବର୍ଷା:
ଆସନ୍ତାକାଲି ବର୍ଷାର ପରିମାଣ ବଢ଼ିବା ସହ କୁଆପଥର ବର୍ଷା ହେବ । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଗଜପତି, ଗଞ୍ଜାମ ଓ ଯାଜପୁର ଏହି ୮ ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ଓ କୁଆପଥର ବର୍ଷା ସମ୍ଭାବନା ରହିଛି । ଏହାସହ ୫୦ରୁ ୬୦ କିମି ବେଗରେ ପବନ ବହିବାର ସମ୍ଭାବନାକୁ ନେଇ ଅରେଞ୍ଜ ଆଲର୍ଟ ଜାରି ହୋଇଛି ।
ସେହିପରି ରାୟଗଡା, କୋରାପୁଟ, କନ୍ଧମାଳ, ଅନୁଗୋଳ, ନୟାଗଡ, ଢେଙ୍କାନାଳ, କେନ୍ଦ୍ରାପଡା ,କଟକ, ଜଗତସିଂହପୁର, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେବଗଡ, ପୁରୀ, ଖୋର୍ଦ୍ଧା, ସୋନପୁର, ବୌଦ୍ଧ, ନୂଆପଡା, କଳାହାଣ୍ଡି , ନବରଙ୍ଗପୁର ଓ ମାଲକାନଗିରି ଏହି ୨୨ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ସମୟରେ ୩୦ରୁ ୫୦ କିମି ପବନ ବହିବ ।

୪ ତାରିଖ ପାଇଁ ଆଲର୍ଟ:
୪ ତାରିଖରେ ମୟୂରଭଞ୍ଜ, ବାଲେଶ୍ବର ଓ ଗଜପତି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ଓ ପ୍ରବଳ ବର୍ଷା ସହ ୫୦ରୁ ୬୦ କିମି ବେଗରେ ପବନ ବହିବା । ଏସବୁ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ଢେଙ୍କାନାଳ, ଅନୁଗୋଳ, ଯାଜପୁର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ୫୦ରୁ ୬୦ କିମି ବେଗରେ ପବନ ବହିବ ।
ସେହିପରି ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ୪୦ରୁ ୫୦ କିମି ବେଗରେ ପବନ ବହିବ । ଅନ୍ୟପଟେ ପୁରୀ, ଖୋର୍ଦ୍ଧା, ନୟାଗଡ଼ା, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, ରାୟଗଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼ ଓ କେନ୍ଦୁଝର ଜିଲ୍ଲାରେ ୩୦ରୁ ୪୦ କିମି ବେଗରେ ପବନ ବହିବ । ଏସବୁ ଜିଲ୍ଲାରେ ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ି ମଧ୍ୟ ରହିବ । ଯାହାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
କେବେଠୁ ବଢ଼ିବ ତାତି ?
ଅସମ୍ଭାଳ ଗରମ ସହ ଗୁଳୁଗୁଳି ଜାରି ରହିବା ସହ ଆଗାମୀ ୬ ତାରିଖ ଯାଏଁ ଜାରି ରହିବ କାଳବୈଶାଖୀ ବର୍ଷା । ଆଗାମୀ ୫ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ୭ ତାରିଖ ପରେ ୨ରୁ ୪ ଡିଗ୍ରୀ ଯାଏ ତାପମାତ୍ରା ବୃଦ୍ଧି ପାଇବା ସହ ପୁଣି ଅସମ୍ଭାଳ ତାତି ଅନୁଭବ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।












Click it and Unblock the Notifications