Odisha Weather: କାଲିଠାରୁ ପୁଣି ଛେଚିବ ବର୍ଷା, ସତର୍କ ରହିବାକୁ ନିର୍ଦ୍ଦେଶ

ସାରା ରାଜ୍ୟରେ ବର୍ଷା ଜାରି। ଆଗାମୀ ୩ ଦିନ ଧରି ରାଜ୍ୟର ସମସ୍ତ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଆସନ୍ତାକାଲି ଓ ୭ ତାରିଖ ବେଳକୁ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର । ଉପକୂଳରୁ ଉତ୍ତର, ଦକ୍ଷିଣରୁ ପଶ୍ଚିମ ସବୁଠି ଜାରି ରହିଛି ବର୍ଷା ।

ସେହିପରି ମୌସୁମୀ ସିଜିନରେ ଏଯାଏ ରାଜ୍ୟରେ ୨୬ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି । ମାଲକାନଗିରି ଜିଲ୍ଲାରେ ସର୍ବାଧିକ ବର୍ଷା ହୋଇଥିବା ବେଳେ ୧୧ ଜିଲ୍ଲାରେ ସ୍ୱାଭାବିକ ରହିଛି ବର୍ଷା ପରିମାଣ । ମୟୂରଭଞ୍ଜ ଜିଲ୍ଲାରେ ସବୁଠୁ କମ୍ ବର୍ଷା ହୋଇଥିବା ବେଳେ ୧୭ ଜିଲ୍ଲାରେ ନିଅଣ୍ଟିଆ ବୃଷ୍ଟିପାତ ରେକର୍ଡ କରିଛି ପାଣିପାଗ ବିଭାଗ ।

ମଧ୍ୟପ୍ରଦେଶ ଓ ଛତିଶଗଡ଼ ଉପରେ ଏକ ଗୁରୁଚାପ ବଳୟ ସକ୍ରିୟ ରହିଥିବା ବେଳେ ଉତ୍ତର ବାଂଲାଦେଶ ଏବଂ ପାର୍ଶ୍ୱବର୍ତ୍ତୀ ଅଂଚଳ ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଓଡିଶାରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ । ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡା, ଅନୁଗୁଳ, ସମ୍ବଲପୁର,ବରଗଡ଼,ମାଲକାନଗିରି କୋରାପୁଟ, ରାୟଗଡା, ଗଜପତି ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣଂ ଜାରି କରାଯାଇଛି ।

rain

ଆସନ୍ତାକାଲି ଅର୍ଥାତ୍ ୬ ତାରିଖରେ ମୟୂରଭଂଜ,କେନ୍ଦୁଝର, ରାୟଗଡା ଓ କୋରାପୁଟରେ ପ୍ରବଳ ବର୍ଷା ହେବ। ସେହିପରି, ୭ରେ ପୁରୀ ଜିଲ୍ଲା ସମେତ ଖୋର୍ଦ୍ଧା, କଟକ, ଯାଜପୁର, ନୟାଗଡ, କନ୍ଧମାଳ, ଗଂଜାମ, ଗଜପତି, କଳାହାଣ୍ତି, ନବରଙ୍ଗପୁର, ମାଲକାନଗିରି, ରାୟଗଡା, ମୟୂରଭଂଜ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି

ଅନ୍ୟପଟେ ବନ୍ୟା ନିୟନ୍ତ୍ରଣ, ନଦୀ ପୁନରୁଦ୍ଧାର ଓ ଜଳପଥର ଉନ୍ନତୀକରଣ ପାଇଁ ରାଜ୍ୟରେ ଗଠନ ହେବ ୪ଟି ବୈଷୟିକ କମିଟି । ଜଳ ସଂପଦ ବିଭାଗ ଅଧିକାରୀଙ୍କ ସହ ଚଳିତ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନା ପ୍ରସ୍ତୁତିର ସମୀକ୍ଷା ସହିତ, ୪ଟି ବୈଷୟିକ କମିଟି ଗଠନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+