Odisha Weather: ଆସନ୍ତା ୭ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ
ଆସନ୍ତା ୭ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଲାଗି ରହିବ। ଏହା ପ୍ରଭାବରେ ଦିନର ତାପମାତ୍ରା ହ୍ରାସ ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।
ପରବର୍ତ୍ତୀ ୨୪ ଘଣ୍ଟା ଅର୍ଥାତ ସୋମବାର ପୂର୍ବାହ୍ନରୁ ମଙ୍ଗଳବାର ସକାଳ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ପ୍ରଭାବ ରହିବ। ଏଣୁ ଅରେଞ୍ଜ ସତର୍କ ସୂଚନା ଜାରି କରାଯାଇଛି। ଅନୁରୂପ ଭାବେ ୨୯ ଓ ୩୦ ତାରିଖରେ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହା ଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ସର୍ବାଧିକ ତାପମାତ୍ରା ୨ ରୁ ୪ ଡିଗ୍ରି ପର୍ଯ୍ୟନ୍ତ କମିଛି। ଆଜି ଝାରସୁଗୁଡ଼ାରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ରେକର୍ଡ କରାଯାଇଛି। ସେଠାରେ ତାପମାତ୍ରା ୪୪.୭ ଡିଗ୍ରି ସେଲ୍ସିୟସ୍ ରହିଥିବାବେଳେ ବୌଦ୍ଧରେ ୪୪.୫ ଡିଗ୍ରି ସେଲ୍ସିୟସ୍ ରେକର୍ଡ କରାଯାଇଛି। ପୁରୀ, ତାଳଚେର, ଭବାନୀପାଟଣା, ନୟାଗଡ଼, ବୌଦ୍ଧ, ଢେଙ୍କାନାଳ, ବରଗଡ଼ ଓ ନୂଆପଡ଼ା ସହରରେ ହାଲୁକା ବର୍ଷା ହୋଇଛି ।

ଆସନ୍ତା ୭ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଲାଗି ରହିବ। ଏହା ପ୍ରଭାବରେ ଦିନର ତାପମାତ୍ରା ହ୍ରାସ ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ସୋମବାର ସକାଳ ସାଢେ଼ ୮ ସୁଦ୍ଧା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଜିଲ୍ଲାର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ କୁଆପଥର ବର୍ଷା ହେବାର ଆଶଙ୍କା ରହିଛି। ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ସତର୍କ ସୂଚନା ଜାରି କରାଯାଇଛି। ଏହି ସମୟରେ ଉପକୂଳ ଓଡ଼ିଶା ଓ ଅନ୍ୟାନ୍ୟ ଜିଲ୍ଲାରେ କାଳବୈଶାଖୀର ଆଶଙ୍କା ଥିବାରୁ ଏଥିପାଇଁ ୟେଲୋ ସତର୍କ ସୂଚନା ଜାରି ହୋଇଛି।












Click it and Unblock the Notifications