ରାଜ୍ୟରେ ଆଜିଠୁ କାଳବୈଶାଖୀର ପ୍ରଭାବ ବଢ଼ିବ; ୧୫ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ଆଲର୍ଟ ଜାରି

ରାଜ୍ୟରେ ଆଜିଠୁ କାଳବୈଶାଖୀର ପ୍ରଭାବ ବଢ଼ିବ । ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ବର୍ଷା ସମ୍ଭାବନା ଥିବା ନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି । ୧୫ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି । ବଜ୍ରପାତ ଆଶଙ୍କା ଥିବାରୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।

ତେବେ କାଳବୈଶାଖୀ ଯୋଗୁଁ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରୁ ମିଳିପାରେ ଆଶ୍ୱସ୍ତି । ୨୫ ତାରିଖ ଯାଏ କାଳବୈଶାଖୀ ପାଇଁ ତାପମାତ୍ରା ନିୟନ୍ତ୍ରଣରେ ରହିବ ବୋଲି ଆକଳନ କରାଯାଉଛି ।

ତେବେ ୨୬ ତାରିଖରୁ ପାଗରେ ପୁଣି ଆସିବ ପରିବର୍ତ୍ତନ । ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳିଗୁଳିରେ ସନ୍ତୁଳି ହେବେ ରାଜ୍ୟବାସୀ । ୨୬ ତାରିଖରେ ହିଟ୍ ୱେଭ୍ ନେଇ ମଧ୍ୟ ସତର୍କ ସୂଚନା ଜାରି କରାଯାଇଛି । ୧୪ ଜିଲ୍ଲାକୁ ଅରେଞ୍ଜ ଓ ୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

Kala Baisakhi

ବଜ୍ରପାତ ଆଶଙ୍କା ଥିବାରୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । କାଳବୈଶାଖୀ ଯୋଗୁଁ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରୁ ମିଳିପାରେ ଆଶ୍ୱସ୍ତି ।

୨୫ ତାରିଖ ଯାଏ କାଳବୈଶାଖୀ ପାଇଁ ତାପମାତ୍ରା ନିୟନ୍ତ୍ରଣରେ ରହିବ ବୋଲି ଆକଳନ କରାଯାଉଛି । ୨୬ ତାରିଖରୁ ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳିଗୁଳିରେ ସନ୍ତୁଳି ହେବେ ରାଜ୍ୟବାସୀ । ୨୬ ତାରିଖରେ ହିଟ୍ ୱେଭ୍ ନେଇ ମଧ୍ୟ ସତର୍କ ସୂଚନା ଜାରି କରାଯାଇଛି ।

ଚଳିତ ବର୍ଷ ଏ ପର୍ଯ୍ୟନ୍ତ ୧୬ ଜିଲ୍ଲାରୁ ଅଂଶୁଘାତ ଘଟଣା ଆସିଛି । ଆଜି ଏନେଇ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି।
ଅଂଶୁଘାତ ଓ ତାତି ଜନିତ ସମସ୍ୟା ପାଇଁ ୮୯ ଜଣ ବିଭିନ୍ନ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି ।

ସୁନ୍ଦରଗଡ଼ରୁ ସର୍ବାଧିକ ୪୧ ଜଣ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଖୋର୍ଦ୍ଧାରୁ ୧୨ ଜଣ ଯେଉଁଥିରୁ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ୭ ଜଣ ରହିଛନ୍ତି । ସେହିପରି ଅନୁଗୁଳରୁ ୯ ଜଣ, ମୟୂରଭଞ୍ଜରୁ ୭, ଝାରସୁଗୁଡ଼ାରୁ ୭, ସମ୍ବଲପୁରରୁ ୫ ଜଣ ଭର୍ତ୍ତି ହୋଇଥିଲେ । ଜଣଙ୍କର ମୃତ୍ୟୁ ହୋଇଥିବା ସେ ସୂଚନା ଦେଇଛନ୍ତି ।

ଗତ କିଛି ଦିନ ଧରି ଅଂଶୁଘାତରେ କିଛି ବ୍ୟକ୍ତିଙ୍କ ଜୀବନ ଯାଇଥିବା ଅଭିଯୋଗ ହୋଇଛି। ତେବେ ଏସମ୍ପର୍କରେ ଜନସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇନି

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+