Odisha Weather: ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ କାଳବୈଶାଖୀ ପ୍ରଭାବ
ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ କାଳବୈଶାଖୀ ପ୍ରଭାବ ଲାଗିରହିବ। ଅଧିକାଂଶ ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୫୦ କିମି ବେଗରେ ପବନ ହୋଇପାରେ।
୧୭ ତାରିଖରେ ନୂଆପଡ଼ା, ବଲାଙ୍ଗୀର, ସୁବର୍ଣ୍ଣପୁର, ବୌଦ୍ଧ, ଅନୁଗୁଳ ଓ ଢେଙ୍କାନାଳ ବ୍ୟତୀତ ବାକି ୨୪ଟି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିପରି ୧୮ ଓ ୧୯ ତାରିଖରେ ଉତ୍ତର ଓ ଉପକୂଳ ଓଡ଼ିଶାରେ କାଳବୈଶାଖୀ ପ୍ରଭାବ ଅଧିକ ରହିବାକୁ ଥିବା ବେଳେ ଦକ୍ଷିଣ ଓଡ଼ିଶାରେ ସାମାନ୍ୟ କମ୍ ରହିବ।
୨୦ ତାରିଖଠାରୁ ପାଗରେ ସାମାନ୍ୟ ପରିବର୍ତ୍ତନ ଆସିବ। ପଶ୍ଚିମ ଓଡ଼ିଶାରେ ଦିନର ସର୍ବୋଚ୍ଚ ତାପମାତ୍ରା ୪୧ ଡିଗ୍ରି ଡେଇଁଯିବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।












Click it and Unblock the Notifications