ଆଉ ୩ ଦିନ କାଳବୈଶାଖୀ, ବାରିପଦାରେ ସର୍ବାଧିକ ୧୨୩.୪ ମି.ମି. ବର୍ଷା ରେକର୍ଡ

ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ୨ ଦିନ ଧରି ଘଡ଼ଘଡ଼ି ସହ ବର୍ଷା ଜାରି ରହିଛି। ଭୁବନେଶ୍ୱରରେ ମଧ୍ୟ ଶନିବାର ଦିନସାରା କୋହଲା ପାଗ ସହ ଝିପିଝିପି ବର୍ଷା ଲାଗିରହିଛି। ଏଠାରେ ୩ ମି.ମି. ବର୍ଷା ହୋଇଥିବା ରେକର୍ଡ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ବାରିପଦାରେ ସର୍ବାଧିକ ୧୨୩.୪ ମି.ମି. ବର୍ଷା ରେକର୍ଡ ହୋଇଥିବାବେଳେ ବାଲେଶ୍ୱରରେ ୩୩.୪ ମି.ମି., ରାଉରକେଲାରେ ୩୦.୬ ମି.ମି., ଅନୁଗୋଳରେ ୨୩ ମି.ମି., କଟକରେ ୨୧.୨ ମି.ମି., ତାଳଚେରରେ ୧୭.୮ ମି.ମି. ବର୍ଷା ହୋଇଛି।

ତେବେ ଆସନ୍ତା ୩ ଦିନ ରାଜ୍ୟରେ କାଳବୈଶାଖୀର ପ୍ରଭାବ ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଜଗତ୍‌ସିଂହପୁର, କଟକ, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼ ଓ ସୁନ୍ଦରଗଡ଼ ଆଦି ଜିଲାରେ ବିଜୁଳି ଏବଂ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ରହିଛି। ଏହି ଜିଲାଗୁଡ଼ିକରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଥିବାବେଳେ ଘଣ୍ଟା ପ୍ରତି ୫୦ରୁ ୬୦ କି.ମି. ବେଗରେ ପବନ ବହିପାରେ। ସେହିପରି ଅନ୍ୟ ୧୪ ଜିଲାକୁ ୟେଲୋ ଓ୍ବାର୍ନିଂ ରହିଛି।

odisha weather

ଅନ୍ୟପକ୍ଷରେ କାଳବୈଶାଖୀ ପ୍ରଭାବରେ ତାପମାତ୍ରା ଦୁଇଦିନରେ ୮ ଡିଗ୍ରୀ କମିଛି। ଏହାପୂର୍ବରୁ ରାଜ୍ୟରେ ତାପମାତ୍ରା ୪୪ ଡିଗ୍ରୀ ସେଲସିୟସ୍‌ ନିକଟବର୍ତ୍ତୀ ହୋଇଥିବାବେଳେ ପାଣିପାଗ ସ୍ଥିତିରେ ଏପରି ହଠାତ୍‌ ପରିବର୍ତ୍ତନ ଆଶ୍ୱସ୍ତି ଦେଇଛି। ଶନିବାର ଭବାନୀପାଟଣାରେ ଦିନ ତାପମାତ୍ରା ସର୍ବାଧିକ ୩୫.୫ ଡିଗ୍ରୀ ସେଲ୍‌ସିୟସ୍‌ ରେକର୍ଡ କରାଯାଇଥିବାବେଳେ ସର୍ବନିମ୍ନ ତାପମାତ୍ରା କେନ୍ଦୁଝରଗଡ଼ରେ ୧୬.୧ ଡିଗ୍ରୀ ସେଲସିୟସ୍‌ ରହିଥିଲା।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+