Odisha Weather: ରାଜ୍ୟରେ ଆହୁରି ୭ ଦିନ ଯାଏ କାଳବୈଶାଖୀ ବର୍ଷା
ରାଜ୍ୟରେ ଆହୁରି ୭ ଦିନ ଯାଏ କାଳବୈଶାଖୀ ବର୍ଷା ସମ୍ଭାବନା । ଏନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ। ଆସନ୍ତା ୨୪ ଘଣ୍ଟାରେ ଦକ୍ଷିଣ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବିଜୁଳି ଘଡଘଡି ସହ ହାଲୁକରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ବର୍ଷାର ସତର୍କତାକୁ ନେଇ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି ,ଗଂଜାମ ଓ କଳାହାଣ୍ଡି ସେହିପରି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ ବିଭାଗ।
ଗତ ୨୪ ଘଣ୍ଟାରେ କିଛି ସ୍ଥାନରେ ବର୍ଷା ହୋଇଥିବା ହୋଇଥିବା ବେଳେ ମୟୁରଭଞ୍ଜ କରଞ୍ଜିଆରେ ୬୮.00 ମିମି ସର୍ବାଧିକ ବର୍ଷା ସମ୍ଭାବନା ରହିଛି। ସେହିପରି ସର୍ବାଧିକ ତାପମାତ୍ରା ବଲାଙ୍ଗୀରରେ ୪୦.8 ଡିଗ୍ରୀ ରେକର୍ଡ କରାଯାଇଛି।













Click it and Unblock the Notifications